Posted inଜାତୀୟ

ଲୋକ ସଭାରେ ଏସ୍‌ଆଇଆର୍‌ ଆଲୋଚନା ୯ରେ

ନୂଆଦିଲ୍ଲୀ,୩ା୧୨(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଉପରେ ୯ ତାରିଖରେ ଲୋକ ସଭାରେ ଆଲୋଚନା ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ଏସ୍‌ଆଇଆର୍‌ ଉପରେ ଆଲୋଚନା ଦାବିରେ ବିରୋଧୀ ୨ ଦିନ ଧରି ଗୃହକୁ ଅଚଳ କରି ରଖିବା ପରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଏବଂ ବିଜନେସ୍‌ ଆଡଭାଇଜରି କମିଟି ବୈଠକରେ ଉପରୋକ୍ତ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ୮ ତାରିଖ ସୋମବାର ମଧ୍ୟାହ୍ନ ୧୨ଟାରୁ ଲୋକ ସଭାରେ ଆଲୋଚନା ହେବ। ୯ ତାରିଖ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରୁ ନିର୍ବାଚନ ସଂସ୍କାର ଉପରେ ଆଲୋଚନା କରାଯିବ ବୋଲି ରିଜିଜୁ କହିଛନ୍ତି।
ଏସ୍‌ଆଇଆର୍‌ ଉପରେ ଆଲୋଚନା ଦାବିରେ ସୋମବାର ବିରୋଧୀ ଦଳଗୁଡ଼ିକ ଅଡ଼ିବସିବାରୁ ପ୍ରଥମ ଦିନରେ ଲୋକ ସଭା ମୁଲତବୀ ରହିବା ସହ ରାଜ୍ୟ ସଭାରେ ବିରୋଧୀ ସଦସ୍ୟ କକ୍ଷତ୍ୟାଗ କରିଥିଲେ। ଏସ୍‌ଆଇଆର୍‌ କାର୍ଯ୍ୟରେ ନିୟୋଜିତ ଅନେକ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ) ଅତ୍ୟଧିକ କାର୍ଯ୍ୟଚାପରୁ ଆତ୍ମହତ୍ୟା କରିଥିବା ସେମାନେ ଦର୍ଶାଇଥିଲେ। ମଙ୍ଗଳବାର ମଧ୍ୟ ଉଭୟ ଗୃହରେ ଅନୁରୂପ ସ୍ଥିତି ଦେଖାଦେଇଥିଲା।
ବନ୍ଦେ ମାତରମ୍‌ର ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାରେ ଆଲୋଚନା ଆରମ୍ଭ କରିବେ। ଉଭୟ ପ୍ରସଙ୍ଗରେ ଆଲୋଚନା ପାଇଁ ୧୦ ଘଣ୍ଟା ଲେଖାଏ ସମୟ ଦିଆଯାଇଛି। ଗୃହ ଯଦି ଅନୁଭବ କରନ୍ତି, ତେବେ ସମୟ ବଢ଼ାଯାଇପାରେ। ଏହା ପୂର୍ବରୁ ରିଜିଜୁ ଗୃହର ନେତାମାନଙ୍କୁ ଭେଟିଥିଲେ। ନିର୍ବାଚନ ସଂସ୍କାର ଉପରେ ଆଲୋଚନା ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ କୌଣସି ସମୟସୀମା ଦେଇ ନ ଥିଲେ। ସରକାର ଆଲୋଚନାର ସମୟ ଧାର୍ଯ୍ୟ କରନ୍ତୁ ବୋଲି ବିରୋଧୀ ଦାବି କରିଥିଲେ। ସୂଚନାଯୋଗ୍ୟ, ବର୍ତ୍ତମାନ ଦେଶର ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟା ଚାଲିଥିବାବେଳେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ୪୦ରୁ ଊର୍ଦ୍ଧ୍ୱ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ)ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri