Posted inଖେଳ

ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୭।୧: ଭାରତୀୟ କ୍ରିକେଟ ଟିମ୍‌ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଚଳିତ ସିରିଜରେ ଉଭୟ ଟିମ୍‌ ରନ୍‌ କରିବାକୁ ନେଇ ସଂଘର୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ଘରୋଇ ଟିମ୍‌ ସଂଘର୍ଷ କରିବା ଭଳି ଘଟଣା ଅଷ୍ଟ୍ରେଲିଆରେ ବହୁତ୍‌ କମ୍‌ ଥର ହୋଇଛି। ଏହାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌।

ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ୧୦୦% ହାରରେ ରନ୍‌ କରି ଅନେକ ରେକର୍ଡ ନିଜ ନାମରେ କରିଛନ୍ତି। ୧୯୩୦ ଜୁଲାଇ ୧୧ରେ ଇଂଲଣ୍ଡ ବିପକ୍ଷରେ ବ୍ରାଡମ୍ୟାନ୍‌ ଗୋଟିଏ ଦିନରେ ସବୁଠାରୁ ଅଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ୍‌ ଭାବେ ରେକର୍ଡ କରିଥିଲେ।

ଲିଡ୍ସରେ ଖେଳାଯାଉଥିବା ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ବ୍ରାଡମ୍ୟାନ ତ୍ରିଶତକ କରିଥିଲେ। ଦିନର ତିନୋଟି ସତ୍ରରେ ସେ ଏହା କରିଥିଲେ। ଏଣୁ ଦିନର ଖେଳ ଶେଷ ସୁଦ୍ଧା ସେ ୩୦୯ ରନ୍‌ କରି ଅପରାଜିତ ଥିଲେ। ତାଙ୍କର ଏଭଳି ପାଳି ଯୋଗୁ ଦଳୀୟ ସ୍କୋର ୪୫୮/୩ ଥିଲା।

ସେତେବେଳେ ବ୍ରାଡମ୍ୟାନ୍‌ଙ୍କୁ ମାତ୍ର ୨୧ ବର୍ଷ ହୋଇଥିଲା। ସେ ନିଜର ସପ୍ତମ ଟେଷ୍ଟ ମ୍ୟାଚ୍‌ ଖେଳୁଥିଲେ। ମ୍ୟାଚ୍‌ରେ ୧୧ ବଲ୍‌ ପଡ଼ିବା ପରେ ସେ ପଡ଼ିଆକୁ ଆସିଥିଲେ। ଲଞ୍ଚ ପୂର୍ବରୁ ସେ ନିଜର ଶତକ ପୂରଣ କରିଥିଲେ। ଏପରିକି ଟି-ବ୍ରେକ୍‌ ପୂର୍ବରୁ ନିଜର ଦ୍ୱିଶତକ ପୂରଣ କରିଥିଲେ। ଦିନର ଖେଳ ଶେଷ ସୁଦ୍ଧା ସେ ୪୪୮ ବଲ୍‌ ଖେଳି ୩୦୯ କରିପାରିଥିଲେ। ବ୍ରାଡ୍‌ମ୍ୟାନ୍‌ଙ୍କ ଏହି ରେକର୍ଡକୁ ଆଜି ପର୍ଯ୍ୟନ୍ତ କୌଣସି ବ୍ୟାଟ୍ସମ୍ୟାନ୍‌ ଭାଙ୍ଗିପାରିନାହାନ୍ତି। ତେବେ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ବ୍ରାଡମ୍ୟାନ୍‌ ୩୩୪ ରନ୍‌ କରି ଆଉଟ୍‌ ହୋଇଥିଲେ, ଯାହାକି ତାଙ୍କ ଟେଷ୍ଟ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଲଟିଥିଲା। ୯୦ ବର୍ଷ ଧରି ତାଙ୍କର ରେକର୍ଡ ପୂର୍ବବତ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri