ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତା ସୁନିଶ୍ଚିତ କରି ଏକ ସ୍ବଚ୍ଛ, ସତ୍ୟାପିତ ତଥା ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟରେ ‘ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ଅଭିଯାନ ଶନିବାର ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ଜିଲାର ମଧ୍ୟ SIR କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଛି।

ସୂଚନାଯୋଗ୍ୟ, ଜିଲାର ସମୁଦାୟ ୫ଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୩୯୭ଟି ବୁଥ୍‌ରେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ୫ ଜଣ ଇଆର୍‌ଓ, ୨୭ ଜଣ ଏଇଆର୍‌ଓ, ଏବଂ ୧୪୦ ଜଣ ବିଏଲଓ ସୁପରଭାଇଜରଙ୍କ ସମେତ ୧୩୯୭ ଜଣ ବିଏଲ୍‌ଓ ନିୟୋଜିତ ହୋଇଛନ୍ତି। ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲଓମାନେ ସମସ୍ତ ଭୋଟରଙ୍କ ଘରକୁ ଘର ବୁଲି ତଥ୍ୟ ଯାଞ୍ଚ କରି ଦୁଇଟି ଲେଖାଏ ପରିଗଣନା ଫର୍ମ ପ୍ରଦାନ କରିବା ସହ ଫର୍ମଟିକୁ ସଠିକ ଭାବରେ ପୂରଣ କରିବାରେ ସମସ୍ତଙ୍କୁ ସମ୍ପୂର୍ଣ୍ଣ ସହାୟତା ଓ ମାର୍ଗଦର୍ଶନ ପ୍ରଦାନ କରିବେ। ଏଥିସହ ମତଦାତାଙ୍କ ଦ୍ୱାରା ଆବଶ୍ୟକୀୟ ସୂଚନା ପୂରଣ ହେବା ପରେ ସେଗୁଡିକୁ ସଂଗ୍ରହ କରି ଏହାର ପ୍ରମାଣ ସ୍ବରୂପ ଦ୍ୱିତୀୟ ନକଲରେ ନିଜେ ଦସ୍ତଖତ କରି ଭୋଟରଙ୍କୁ ସ୍ବୀକୃତି ପତ୍ର ଭାବେ ଫେରସ୍ତ କରିବେ। ଏହାପରେ ଆଗାମୀ ୨୮ ଜୁନ୍‌ ୨୦୨୬ ସୁଦ୍ଧା ସମସ୍ତ ମତଦାନ କେନ୍ଦ୍ରର ଯୁକ୍ତିସଙ୍ଗତ ପୁନର୍ବିନ୍ୟାସ କରାଯିବା ସହିତ ୫ ଜୁଲାଇ ୨୦୨୬ରେ ଚିଠା ଭୋଟର ତାଲିକା ବା ଡ୍ରାଫ୍ଟ ଇଲେକ୍ଟ୍ରାଲ ରୋଲ ପ୍ରକାଶ ପାଇବ। ମତଦାତାଙ୍କ କୌଣସି ଦାବି/ଆପତ୍ତି ଥିଲେ ୫ ଜୁଲାଇରୁ ୪ ଅଗଷ୍ଟ ୨୦୨୬ ସୁଦ୍ଧା ଦାଖଲ କରିପାରିବେ। ପ୍ରାପ୍ତ ହୋଇଥିବା ସମସ୍ତ ଦାବି/ଆପତ୍ତିର ସତ୍ୟାସତ୍ୟର ଯାଞ୍ଚ ତଥା ପରିଗଣନା ଫର୍ମରେ ଭୋଟରମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ପୂର୍ବ ଏସ୍‌ଆଇ୍‌ଆର୍‌-୨୦୦୨ ଭୋଟର ତାଲିକାର ବିବରଣୀ/ଡାଟାବେସ୍‌ ସହ ମେଳ ଖାଉନଥିଲେ କିମ୍ବା ଉପଲବ୍ଧ ନ ଥିଲେ ନିର୍ବାଚକ ପଞ୍ଜୀକରଣ ଅଧିକାରୀ/ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ (ଇଆର୍‌ଓ/ଏଇଆର୍‌ଓ) ସେହି ଭୋଟରମାନଙ୍କୁ ନୋଟିସ ଜାରି କରିବେ। ନୋଟିସ ପାଇବା ପରେ, ଭୋଟରମାନେ ଉପଯୁକ୍ତ ଦସ୍ତାବିଜ ଇଆର୍‌ଓ/ଏଇଆର୍‌ଓମାନଙ୍କୁ ପ୍ରଦାନ କରି ସଂଶୋଧନ କରିପାରିବେ। ୨ ସେପ୍ଟେମ୍ବର ୨୦୨୬ ସୁଦ୍ଧା ଏହି ଯାଞ୍ଚ ସରିବା ପରେ ୬ ସେପ୍ଟେମ୍ବର ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri