ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତା ସୁନିଶ୍ଚିତ କରି ଏକ ସ୍ବଚ୍ଛ, ସତ୍ୟାପିତ ତଥା ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟରେ ‘ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ଅଭିଯାନ ଶନିବାର ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ଜିଲାର ମଧ୍ୟ SIR କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଛି।

ସୂଚନାଯୋଗ୍ୟ, ଜିଲାର ସମୁଦାୟ ୫ଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୩୯୭ଟି ବୁଥ୍‌ରେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ୫ ଜଣ ଇଆର୍‌ଓ, ୨୭ ଜଣ ଏଇଆର୍‌ଓ, ଏବଂ ୧୪୦ ଜଣ ବିଏଲଓ ସୁପରଭାଇଜରଙ୍କ ସମେତ ୧୩୯୭ ଜଣ ବିଏଲ୍‌ଓ ନିୟୋଜିତ ହୋଇଛନ୍ତି। ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲଓମାନେ ସମସ୍ତ ଭୋଟରଙ୍କ ଘରକୁ ଘର ବୁଲି ତଥ୍ୟ ଯାଞ୍ଚ କରି ଦୁଇଟି ଲେଖାଏ ପରିଗଣନା ଫର୍ମ ପ୍ରଦାନ କରିବା ସହ ଫର୍ମଟିକୁ ସଠିକ ଭାବରେ ପୂରଣ କରିବାରେ ସମସ୍ତଙ୍କୁ ସମ୍ପୂର୍ଣ୍ଣ ସହାୟତା ଓ ମାର୍ଗଦର୍ଶନ ପ୍ରଦାନ କରିବେ। ଏଥିସହ ମତଦାତାଙ୍କ ଦ୍ୱାରା ଆବଶ୍ୟକୀୟ ସୂଚନା ପୂରଣ ହେବା ପରେ ସେଗୁଡିକୁ ସଂଗ୍ରହ କରି ଏହାର ପ୍ରମାଣ ସ୍ବରୂପ ଦ୍ୱିତୀୟ ନକଲରେ ନିଜେ ଦସ୍ତଖତ କରି ଭୋଟରଙ୍କୁ ସ୍ବୀକୃତି ପତ୍ର ଭାବେ ଫେରସ୍ତ କରିବେ। ଏହାପରେ ଆଗାମୀ ୨୮ ଜୁନ୍‌ ୨୦୨୬ ସୁଦ୍ଧା ସମସ୍ତ ମତଦାନ କେନ୍ଦ୍ରର ଯୁକ୍ତିସଙ୍ଗତ ପୁନର୍ବିନ୍ୟାସ କରାଯିବା ସହିତ ୫ ଜୁଲାଇ ୨୦୨୬ରେ ଚିଠା ଭୋଟର ତାଲିକା ବା ଡ୍ରାଫ୍ଟ ଇଲେକ୍ଟ୍ରାଲ ରୋଲ ପ୍ରକାଶ ପାଇବ। ମତଦାତାଙ୍କ କୌଣସି ଦାବି/ଆପତ୍ତି ଥିଲେ ୫ ଜୁଲାଇରୁ ୪ ଅଗଷ୍ଟ ୨୦୨୬ ସୁଦ୍ଧା ଦାଖଲ କରିପାରିବେ। ପ୍ରାପ୍ତ ହୋଇଥିବା ସମସ୍ତ ଦାବି/ଆପତ୍ତିର ସତ୍ୟାସତ୍ୟର ଯାଞ୍ଚ ତଥା ପରିଗଣନା ଫର୍ମରେ ଭୋଟରମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ପୂର୍ବ ଏସ୍‌ଆଇ୍‌ଆର୍‌-୨୦୦୨ ଭୋଟର ତାଲିକାର ବିବରଣୀ/ଡାଟାବେସ୍‌ ସହ ମେଳ ଖାଉନଥିଲେ କିମ୍ବା ଉପଲବ୍ଧ ନ ଥିଲେ ନିର୍ବାଚକ ପଞ୍ଜୀକରଣ ଅଧିକାରୀ/ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ (ଇଆର୍‌ଓ/ଏଇଆର୍‌ଓ) ସେହି ଭୋଟରମାନଙ୍କୁ ନୋଟିସ ଜାରି କରିବେ। ନୋଟିସ ପାଇବା ପରେ, ଭୋଟରମାନେ ଉପଯୁକ୍ତ ଦସ୍ତାବିଜ ଇଆର୍‌ଓ/ଏଇଆର୍‌ଓମାନଙ୍କୁ ପ୍ରଦାନ କରି ସଂଶୋଧନ କରିପାରିବେ। ୨ ସେପ୍ଟେମ୍ବର ୨୦୨୬ ସୁଦ୍ଧା ଏହି ଯାଞ୍ଚ ସରିବା ପରେ ୬ ସେପ୍ଟେମ୍ବର ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ଲଗାତାର ୨ ପରାଜୟ ପରେ ନ୍ୟୁଜିଲାଣ୍ଡ ଦଳରେ ବଡ଼ ପରିବର୍ତ୍ତନ: ପୂରା ସିରିଜରୁ ବାଦ୍‌ ପଡିଲେ…

ନୂଆଦିଲ୍ଲୀ, ୨୫।୧୦: ଭାରତ ବନାମ ନ୍ୟୁଜିଲାଣ୍ଡ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦୁଇଟି ମ୍ୟାଚ ଶେଷ ହୋଇଛି। ତୃତୀୟ ମ୍ୟାଚ ମଙ୍ଗଳବାର ୱେଲିଂଟନରେ ଖେଳାଯିବ। ଟିମ…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

୬ ନଭେମ୍ୱର ଯାଏଁ ଚମକିବ ଭାଗ୍ୟ, ତ୍ରିଗ୍ରହୀ ଯୋଗରୁ ଏହି ୩ ରାଶିଙ୍କ ପ୍ରବଳ ଧନଲାଭ!

ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବା ତିନୋଟି ରାଶି ପାଇଁ ବେଶ ଭାଗ୍ୟଶାଳୀ ସାବ୍ୟସ୍ତ ହେବ। ନଭେମ୍ୱର ୬ ତାରିଖରେ ଶୁକ୍ର ଗ୍ରହ ତୁଳା ରାଶିରୁ କନ୍ୟା ରାଶିକୁ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?