ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ସିସିଟିଭିରେ ଦେଖିଲୁ ନିଆଁ ଜଳୁଛି, ଛୁଆ ମୋର ଦୌଡ଼ି ଦୌଡ଼ି ଆସିଲା। ତେଣୁ ମୁଁ ଭାବୁଛି ସାର୍‌ ନିଆଁ ଲଗାଇ ଦେଇଛନ୍ତି। ପ୍ରିନ୍ସିପାଲ, HOD ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ମାରିବାକୁ ଚେଷ୍ଟା କରିଛନ୍ତି। ତେଣୁ ଆମେ ଚାହୁଁଛୁ ସେମାନଙ୍କୁ ଫାଶିଦଣ୍ଡ ମିଳିବା ଦରକାର। ମୋ ଝିଅକୁ ଫେଭର ମାଗିବା କଥା ବହୁ ବିଳମ୍ବରେ ଜାଣିଲୁ। ଏହି ଘଟଣାରେ ସୋମବାର ପୋଲିସ ସମ୍ପୃକ୍ତ ପ୍ରିନ୍ସିପାଲ୍‌ଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆମତ୍ାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧ ତାରିଖରେ ‘X’ରେ ଏନେଇ ତଥ୍ୟ ଉଲ୍ଲେଖ କରିବା ସହ କେତେଜଣ ବିଶିଷ୍ଟ ବ୍ୟକ୍ତି ଓ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ (@ଡିଏଚ୍‌ଇ), ଉଚ୍ଚଶିକ୍ଷା ମନ୍ତ୍ରୀ (@ସୂର୍ଯ୍ୟବଂଶୀବିଜେପି), କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (@ଡିପ୍ରଧାନବିଜେପି), @ସିଏମ୍‌ଓ_ଓଡ଼ିଶା, @ମୋହନଏମ୍‌ଓଡ଼ିଶା, ବାଲେଶ୍ୱର ଜିଲାପାଳ (@ଡିବାଲେଶ୍ୱର), ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ (@ମାନସକୁମାରଦତ୍ତ), କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ (@ଏଡୁମିନ୍‌ଅଫ୍‌ଇଣ୍ଡିଆ) ଓ ଜାତୀୟ ମହିଳା କମିଶନ(@ଏନ୍‌ସିଡବ୍ଲ୍ୟୁଇଣ୍ଡିଆ)। ଏହିମାନଙ୍କ ପାଖରୁ ପୀଡ଼ିତା ନ୍ୟାୟ ଆଶା ରଖିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କୁ ୪/୫ ଦିନ ସମୟ ମାଗିଥିଲେ। ହେଲେ ନା କୌଣସି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଲେ ନା ଅଧ୍ୟକ୍ଷଙ୍କଠାରୁ ସେ ନ୍ୟାୟ ପାଇଲେ। ଶେଷରେ ହତାଶ ହୋଇ ଆମତ୍ାହୁତି ଦେବା ପାଇଁ ଚରମ ପଦକ୍ଷେପ ନେଲେ। ନିର୍ଯାତିତା ଛାତ୍ରୀଙ୍କ ଏହି ଟୁଇଟ୍‌ରେ ଟ୍ୟାଗ୍‌ ହୋଇଥିବା ବ୍ୟକ୍ତିମାନଙ୍କ ଉପରେ ଏବେ ସୋସିଆଲ ମିଡିଆ ୟୁଜର୍ସ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। କେହି ଜଣେ ଶୁଣିଥିଲେ, ଛାତ୍ରୀ ନିଜ ଦେହରେ ନିଅଁା ଲଗାଇଦେବା ଭଳି ଘଟଣା ଘଟି ନ ଥାନ୍ତା ବୋଲି ୟୁଜର୍ସ ଦର୍ଶାଇବା ସହ ପ୍ରକୃତରେ କିଏ ଦାୟୀ ଏବଂ କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri