Posted inଖେଳ

କୁରାନଙ୍କ ଉପରେ ରାଗ ସୁଜାଇଲେ ସିରାଜ

ଟ୍ରେଣ୍ଟ ବ୍ରିଜ୍‌, ୮।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନ ତଥା ଶନିବାର ମୁହଁାମୁହିଁ ସ୍ଥିତିକୁ ଆସିଥିଲେ ଭାରତୀୟ ପେସର ମହମ୍ମଦ ସିରାଜ ଓ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ। ଭାରତୀୟ ପେସରଙ୍କ ବଲକୁ ଚୌକା ମାରିବା ପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। କିନ୍ତୁ ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ହସ୍ତକ୍ଷେପ ପରେ ନିୟନ୍ତ୍ରଣକୁ ଆସିଥିଲା ପରିସ୍ଥିତି।

ଇଂଲଣ୍ଡ ବ୍ୟାଟିଂ କରୁଥିବା ବେଳେ ୭୪ତମ ଓଭରରେ ଏହି ଘଟଣା ଘଟିଥିଲା। ଘରୋଇ ଦଳର ଅଧିନାୟକ ଜୋ ରୁଟ୍‌ କ୍ୟାରିୟରର ୨୧ତମ ଶତକ ହାସଲ କରି ଖେଳୁଥିଲେ। ଅନ୍ୟପକ୍ଷରେ ଆଟାକିଂ ଷ୍ଟାଇଲରେ ବ୍ୟାଟିଂ କରୁଥିଲେ କୁରାନ। ସିରାଜଙ୍କ ଏକ ଶଟ୍‌ ବଲକୁ କୁରାନ ଜୋରଦାର ଚୌକା ଲଗାଇଥିଲେ। ଏଥିରେ ରାଗି ଯାଇ କୁରାନଙ୍କ ମୁହଁରେ କିଛି କହିଥିଲେ ସିରାଜ। କୁରାନଙ୍କ ହାବଭାବରୁ ଜଣାପଡ଼ିଥିଲା ସେ ସିରାଜଙ୍କୁ ବୋଲିଂ କରିବାକୁ କହିଥିଲେ। କୋହଲିଙ୍କ ହସ୍ତକ୍ଷେପ କରିବାରୁ ସ୍ଥିତି ନିୟନ୍ତ୍ରଣରୁ ବାହାରକୁ ଯାଇଥିଲା। ପରବର୍ତ୍ତୀ ଓଭରରେ ସିରାଜଙ୍କୁ ପୁଣି ଥରେ ଚୌକା ମାରିଥିଲେ। କିନ୍ତୁ ଶେଷରେ ରାଗ ସୁଜାଇ ଥିଲେ ସିରାଜ। ଯଦିଓ କୁରାନଙ୍କ ଉଇକେଟ ତାଙ୍କ ଭାଗରେ ପଡ଼ି ନ ଥିଲା। ହେଲେ ଯଶପ୍ରୀତ ବୁମରାଙ୍କ ବଲରେ ମିଡ୍‌ ଅନ୍‌ ଅଞ୍ଚଳରେ କ୍ୟାଚ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri