Posted inଖେଳ

ବିଶ୍ୱର ନମ୍ବର-୧ ବୋଲର୍‌ ହେଲେ ସିରାଜ୍‌

ନୂଆଦିଲ୍ଲୀ,୨୦।୯: ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଦ୍ରୁତ ବୋଲର ମହମ୍ମଦ ସିରାଜ ଆଇସିସି ଦିନିକିଆ ବୋଲର ମାନ୍ୟତାରେ ୮ ସ୍ଥାନ ଡେଇଁ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟାଇଟଲ ମ୍ୟାଚରେ ସିରାଜ ୭ ଓଭରରେ ମାତ୍ର ୨୧ ରନ ଦେଇ ୬ଟି ଉଇକେଟ ନେଇଥିଲେ।
ଏସିଆ କପ ଆରମ୍ଭ ପୂର୍ବରୁ ମହମ୍ମଦ ସିରାଜ ୬୪୩ ରେଟିଂ ପଏଣ୍ଟ ସହ ଦିନିକିଆ ର଼୍ୟାଙ୍କିଙ୍ଗରେ ୯ ନମ୍ବରରେ ଥିଲେ। ବର୍ତ୍ତମାନ ସେ ୮ଟି ସ୍ଥାନକୁ ଡେଇଁ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ତାଙ୍କର ବର୍ତ୍ତମାନ ୬୯୪ ରେଟିଂ ପଏଣ୍ଟ ଅଛି। ଏସିଆ କପରେ ହାରାହାରି ୧୨.୨ରେ ସିରାଜ ୧୦ଟି ଉଇକେଟ ନେଇଥିଲେ। ଏହାପୂର୍ବରୁ ମହମ୍ମଦ ସିରାଜ ମାର୍ଚ୍ଚ ୨୦୨୩ରେ ନମ୍ବର-୧ ସ୍ଥିତିରେ ପହଞ୍ଚିଥିଲେ, ପରେ ଜୋଶ ହାଜଲେଉଡ ତାଙ୍କୁ ସେହି ସ୍ଥାନରୁ ହଟାଇ ଦେଇଥିଲେ।
ସର୍ବଶେଷ ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତାରେ ପାକିସ୍ତାନ ଅଧିନାୟକ ବାବର ଆଜାମ ନିଜର ପ୍ରଥମ ସ୍ଥାନ ବଜାୟ ରଖିବାରେ ସଫଳ ହୋଇଥିଲେ, କିନ୍ତୁ ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ନିଶ୍ଚିତ ଭାବରେ ରେଟିଂ ପଏଣ୍ଟରେ ବ୍ୟବଧାନ ହ୍ରାସ କରିଛନ୍ତି। ବାବର ବର୍ତ୍ତମାନ ୮୫୭ ରେଟିଂ ପଏଣ୍ଟ ପାଇଛନ୍ତି। ଗିଲ ୮୧୪ ରେଟିଂ ପଏଣ୍ଟ ପାଇଛନ୍ତି। ବର୍ତ୍ତମାନ ଉଭୟଙ୍କ ମଧ୍ୟରେ କେବଳ ୪୩ ରେଟିଂ ପଏଣ୍ଟ ଅନ୍ତର ଅଛି। ବିରାଟ କୋହଲି ମଧ୍ୟ ଗୋଟିଏ ସ୍ଥାନକୁ ଡେଇଁ ଅଷ୍ଟମ ସ୍ଥାନରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri