Posted inଖେଳ

ନମ୍ବର ୧ ମୁକୁଟ ହରାଇଲେ ସିରାଜ

ନୂଆଦିଲ୍ଲୀ,୨୨।୧୧: ଦିନିକିଆ ବିଶ୍ୱକପ ୨୦୨୩ ପରେ ଆଇସିସି ଦ୍ୱାରା ନୂତନ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏଥିରେ ଅନେକ ଭାରତୀୟ ଖେଳାଳି ଉପକୃତ ହୋଇଛନ୍ତି। କିନ୍ତୁ ମହମ୍ମଦ ସିରାଜ ୧ ନମ୍ବର ମୁକୁଟ ହରାଇଛନ୍ତି। ତେବେ ଷ୍ଟାର ଇଣ୍ଡିଆନ ଓପନର୍‌ ଶୁବମନ ଗିଲ ଶୀର୍ଷ ସ୍ଥାନରେ ରହିଛନ୍ତି। ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲି ଟପ-୫ ଭିତରକୁ ଆସିଛନ୍ତି। ଦିନିକିଆ ର଼୍ୟାଙ୍କିଂରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ ଦୃଶ୍ୟମାନ ହେଉଛି।
ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଶୁଭମାନ ଗିଲ, ବିରାଟ କୋହଲି ଏବଂ ରୋହିତ ଶର୍ମା ଟପ-୫ରେ ଅଛନ୍ତି। ବୋଲରଙ୍କ ମଧ୍ୟରେ ମହମ୍ମଦ ସିରାଜ, ଜସପ୍ରୀତ ବୁମ୍‌ରା, କୁଲଦୀପ ଯାଦବ ଏବଂ ମହମ୍ମଦ ଶାମିଙ୍କ ସମେତ ୪ ଜଣ ଭାରତୀୟ ବୋଲର ଶ୍ରେଷ୍ଠ ୧୦ ବୋଲରଙ୍କ ମଧ୍ୟରେ ସାମିଲ ଅଛନ୍ତି। ଦିନିକିଆ ର଼୍ୟାଙ୍କିଂର ପୂର୍ବତନ ନମ୍ବର ବୋଲର ମହମ୍ମଦ ସିରାଜ ୬୯୯ ରେଟିଂ ସହ ତୃତୀୟ ସ୍ଥାନରେ ରହିଛନ୍ତି। ଦକ୍ଷିଣ ଆଫ୍ରିକାର କେଶବ ମହାରାଜ ୭୪୧ ରେଟିଂ ସହ ଏକ ନମ୍ବର ସ୍ଥାନରେ ଅଛନ୍ତି। ଏହା ବ୍ୟତୀତ ବୁମ୍‌ରା ୬୮୫ ରେଟିଂ ସହିତ ଚତୁର୍ଥ ସ୍ଥାନରେ, କୁଲଦୀପ ଯାଦବ ମିଳିତ ଭାବେ ୬୬୭ ରେଟିଂ ସହିତ ଷଷ୍ଠ ସ୍ଥାନରେ ଏବଂ ମହମ୍ମଦ ଶାମି ୬୪୮ ରେଟିଂ ସହିତ ଦଶମ ସ୍ଥାନରେ ଅଛନ୍ତି।
ଏହା ବ୍ୟତୀତ ଯଦି ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଭାରତର ଶୁଭମନ ଗିଲ ୮୨୬ ରେଟିଂ ସହ ପ୍ରଥମ ସ୍ଥାନରେ ଅଛନ୍ତି, ବିରାଟ କୋହଲି ୭୯୧ ରେଟିଂ ସହ ତୃତୀୟ ସ୍ଥାନରେ ଅଛନ୍ତି ଏବଂ ଅଧିନାୟକ ରୋହିତ ଶର୍ମା ୭୬୯ ରେଟିଂ ସହ ଚତୁର୍ଥ ସ୍ଥାନରେ ଅଛନ୍ତି। ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜାମ ୮୨୪ ରେଟିଂ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri