Posted inଖେଳ

ଇତିହାସ ରଚିଲେ ସିରାଜ୍‌

କଲମ୍ବୋ,୧୭।୯: ଶ୍ରୀଲଙ୍କା ବିପକ୍ଷ ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ଏହି ମ୍ୟାଚରେ ଦ୍ୱିତୀୟ ଓଭରରେ ୪ଟି ଉଇକେଟ ନେଇ ସିରାଜ ଏକଦିବସୀୟ କ୍ରିକେଟରେ ୫୦ ଉଇକେଟ ପୂରଣ କରିଛନ୍ତି। ଏହା ସହ ସିରାଜ ବର୍ତ୍ତମାନ ଭାରତର ପ୍ରଥମ ଖେଳାଳି ତଥା ବିଶ୍ୱ କ୍ରିକେଟର ଦ୍ୱିତୀୟ ଦ୍ରୁତତମ ବୋଲର ଭାବେ ୫୦ ଉଇକେଟ୍‌ ପୂରଣ କରିଛନ୍ତି।
ଦିନିକିଆ ଫର୍ମାଟରେ ନିଜର ୫୦ ଉଇକେଟ ପୂରଣ କରିବାକୁ ମହମ୍ମଦ ସିରାଜ ୧୦୦୨ ବଲ୍‌ ବୋଲିଂ କରିଥିଲେ। ଏହି ପରିପ୍ରେକ୍ଷୀରେ ଶ୍ରୀଲଙ୍କାର ପୂର୍ବତନ ସ୍ପିନ ବୋଲର ଅଜନ୍ତା ମେଣ୍ଡିସ ନମ୍ବର-୧ ସ୍ଥିତିରେ ରହି ୮୪୭ ବଲରେ ୫୦ଟି ଦିନିକିଆ ଉଇକେଟ ପୂରଣ କରିଥିଲେ।
ଶ୍ରୀଲଙ୍କା ବିପକ୍ଷ ଏସିଆ କପ ୨୦୨୩ର ଅନ୍ତିମ ମ୍ୟାଚରେ ମହମ୍ମଦ ସିରାଜ ବୋଲିଂ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଏହା ସହ ସେ ପ୍ରଥମ ଭାରତୀୟ ବୋଲର ଭାବେ ଗୋଟିଏ ଓଭରରେ ୪ ଉଇକେଟ ନେଇ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚରେ ସିରାଜ ୭ ଓଭରରେ ମାତ୍ର ୨୧ରନ ଦେଇଥିବା ବେଳେ ୬ଟି ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଶ୍ରୀଲଙ୍କା ମାତ୍ର ୫୦ ରନ୍‌ରେ ଅଲଆଉଟ୍‌ ହୋଇଥିଲା।
ଦିନିକିଆରେ ୨୦୦୨ ପରଠାରୁ ପ୍ରଥମ ଥର ପାଇଁ ମହମ୍ମଦ ସିରାଜ ପ୍ରଥମ ୧୦ ଓଭରରେ ୫ ଉଇକେଟ ନେଇଥିବା ପ୍ରଥମ ଭାରତୀୟ ଦ୍ରୁତ ବୋଲର ହୋଇପାରିଛନ୍ତି। ଏହାପୂର୍ବରୁ ୨୦୦୩ ମସିହାରେ ଜଭଗଲ ଶ୍ରୀନଥ ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ପ୍ରଥମ ୧୦ ଓଭରରେ ୪ଟି ଉଇକେଟ ନେଇଥିଲେ। ୨୦୧୩ରେ ଭୁବନେଶ୍ୱର କୁମାର ଶ୍ରୀଲଙ୍କା ବିପକ୍ଷରେ ଏବଂ ୨୦୨୨ରେ ଜସପ୍ରୀତ ବୁମରା ୪ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?