Posted inଖେଳ

ସିରାଜଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡକୁ ୧୨ ରନ୍‌ରେ ପରାସ୍ତ କଲା ଭାରତ

ହାଇଦ୍ରାବାଦ୍‌,୧୮।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୧୨ ରନ୍‌ରେ ପରାସ୍ତ କରିଛି। ୩୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ୪୯.୨ ଓଭରରେ ୩୩୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ ଭାରତ ସିରିଜ୍‌ରେ ୧-୦ରେ ଅଗ୍ରଣୀ ହାସଲ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ମାଇକେଲ ବ୍ରେସଓ୍ବେଲ ଶତକ ହାସଲ କରିଥିଲେ। ସେ ୭୮ ବଲ୍‌ରେ ବିସ୍ଫୋରକ ୧୪୦ ରନ୍‌ କରିଥିଲେ। ସେହିପରି ମାଇକେଲ ସାଣ୍ଟନର ୫୭, ଫିନ୍‌ ଆଲେନ ୪୦ କରିଥିଲେ। ୧୧୨ ରନ୍‌ ସ୍କୋରରେ ନ୍ୟୁଜିଲାଣ୍ଡର ଅଧା ଟିମ୍‌ ପାଭିଲିୟନ ଫେରିଥିଲେ। ଲାଗୁଥିଲା ନ୍ୟୁଜିଲାଣ୍ଡ ଶୋଚନୀୟ ଭାବେ ମ୍ୟାଚ୍‌ ପରାଜୟ ହାସଲ କରିବ। କିନ୍ତୁ ବ୍ରେସ୍‌ଓ୍ବେଲ ଏବଂ ସାଣ୍ଟନର ଯୋଡି ଦଳକୁ ବିପର୍ଯ୍ୟୟରୁ ରକ୍ଷା କରିଥିଲେ। ଭାରତ ପକ୍ଷରୁ ମହମ୍ମଦ ସିରାଜ ଚମତ୍କାର ବୋଲିଂ କରି ୪ ଉଇକେଟ୍‌ ନେଇଥିଲେ। କୂଳଦୀପ ଯାଦବ, ଶାର୍ଦ୍ଦୁଳ ଠାକୁର ୨ଟି ଲେଖାଏ ଉଇକେଟ୍‌ ନେଇଥିବାବେଳେ ମହମ୍ମଦ ଶାମି ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ଆଠ ଉଇକେଟ ହରାଇ ୩୪୯ ରନ ସଂଗ୍ରହ କରିଥିଲା। ଦଳ ପାଇଁ ଶୁଭମାନ ଗିଲ ସର୍ବାଧିକ ୨୦୮ ରନ ସ୍କୋର କରିଥିଲେ। ସେ ଦିନିକିଆରେ ଭାରତ ପାଇଁ ଦ୍ୱିଶତକ ହାସଲ କରିବାରେ ଗିଲ ପଞ୍ଚମ ବ୍ୟାଟ୍ସମ୍ୟାନ ହୋଇଥିଲେ। ଶୁଭମନଙ୍କ ବ୍ୟତୀତ ରୋହିତ ଶର୍ମା ୩୪, ସୂର୍ଯ୍ୟକୁମାର ଯାଦବ ୩୧, ହାର୍ଦ୍ଦିକ ପାଣ୍ଡ୍ୟା ୨୮ ଏବଂ ୱାଶିଂଟନ ସୁନ୍ଦର ୧୨ ରନ ସ୍କୋର କରିଥିଲେ। ବିରାଟ କୋହଲିଙ୍କୁ ୮ ଏବଂ ଇଶାନ କିଶନ ପାଞ୍ଚ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ହେନେରି ଶିପ୍ଲେ ଏବଂ ଡାରେଲ ମିଚେଲ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri