ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଛି। ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଥିବାରୁ ଏଠାରେ ଯାତାୟାତ ଏକ ପ୍ରକାର ବିପଦପୂର୍ଣ୍ଣ ହୋଇପଡ଼ିଛି। ପ୍ରଶାସନ ରାସ୍ତା ମରାମତି ପାଇଁ ଦେଇଥିବା ପ୍ରତିଶ୍ରୁତି ପାଳନ କରିନଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ପୂର୍ବରୁ ଏହି ସମସ୍ୟା ନେଇ ଗ୍ରାମବାସୀ ଜିଲ୍ଲା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିବା ସହ ସିର୍କାବର୍ଗ ପଞ୍ଚାୟତ ବାଡାଙ୍ଗିଆ ଗ୍ରାମ ନିକଟରେ ଦୁଇ ଦୁଇ ଥର ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେତେବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ, ସ୍ଥାନୀୟ ବିଡ଼ିଓ, ତହସିଲଦାର ଏବଂ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ମେ ମାସ ୨୦ ତାରିଖ ସୁଦ୍ଧା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି ପ୍ରତିଶ୍ରୁତି ମିଳିଥିଲା। ମାତ୍ର ପ୍ରଶାସନ ନିଜ ପ୍ରତିଶ୍ରୁତି ରଖିଲାନାହିଁ ବୋଲି ଗ୍ରାମର କାଳୀ ବଳିୟାର ସିଂ, ନାଏବ ସରପଞ୍ଚ ମାନିନୀ ପ୍ରଧାନ, ସାନ୍ତୁ ନାୟକ ଏବଂ ପ୍ରଫୁଲ ବଳିୟାର ସିଂ ପ୍ରମୁଖ କ୍ଷୋଭର ସହ କହିଛନ୍ତି। ରାସ୍ତା ତୁରନ୍ତ ମରାମତି କରାନଗଲେ ଅଞ୍ଚଳବାସୀ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଉକ୍ତ ବ୍ଲକର ଦନେକବାଡି ପଞ୍ଚାୟତରୁ ସିର୍କାବର୍ଗ ଦେଇ କୋଟଗଡ଼ ବ୍ଲକକୁ ବ୍ରହ୍ମପୁରରୁ ଏକ ଯାତ୍ରୀବାହୀ ବସ ଚଳାଚଳ କରୁଛି। ଏହାସହ ଦାରିଙ୍ଗବାଡିରୁ ପ୍ରଧାନମନ୍ତ୍ରୀ ବସ ସେବା ମଧ୍ୟ ଏହି ପଞ୍ଚାୟତକୁ ଯାତାୟାତ କରୁଛି। ମାତ୍ର ବର୍ତ୍ତମାନ ଘାଟି ଓ ଏକାଧିକ ବୁଲାଣି ରାସ୍ତାରେ ଥିବା ଖାଲଖମାରେ ବର୍ଷା ଜଳ ଏବଂ କାଦୁଅ ଜମି ରହୁଥିବାରୁ ଯାତ୍ରୀବାହୀ ବସ୍ ସହ ସାଧାରଣ ଲୋକଙ୍କ ଯାତାୟାତ ଅତ୍ୟନ୍ତ ବିପଦସଙ୍କୁଳ ହୋଇପଡ଼ିଛି।

ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ  ସଞ୍ଜୟ କୁମାର ବେହେରାଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି, “ଉକ୍ତ ରାସ୍ତାଟି ପୂର୍ବରୁ ଯେଉଁ ଠିକା ସଂସ୍ଥା ସମ୍ପ୍ରସାରଣ କରିଥିଲେ, ତାଙ୍କର ରକ୍ଷଣବେକ୍ଷଣ ସମୟ ଆସନ୍ତା ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ରହିଛି। ମାତ୍ର ସେ ଏବେ ମରାମତି

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?