ବର୍ଷାରେ ବେହାଲ ସିର୍ଲିଗୁଡ଼ା-ତେଣ୍ଡାପାଳି ରାସ୍ତା

କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଜୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତର ସିର୍ଲିଗୁଡ଼ାଠାରୁ ତେଣ୍ଡାପାଳି ରାସ୍ତା ଶୋଚନୀୟ ହୋଇପଡିଛି। ଖାଲଖମାପୂର୍ଣ୍ଣ ରାସ୍ତାରେ ବର୍ଷାପାଣି ଜମି ରହିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେଉଛି। ସ୍ଥାନୀୟ ଲୋକେ ରାସ୍ତା ମରାମତି କିମ୍ବା ପୁନଃ ନିର୍ମାଣ ପାଇଁ ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନ ଆଗରେ ଗୁହାରି କରୁଥିଲେ ମଧ୍ୟ ସୁଫଳ ମିଳୁ ନାହିଁ।

କୋକସରା ବ୍ଲକ୍‌ ସଦର ମହକୁମା ଓ ଧର୍ମଗଡ଼ ସବ୍‌ଡିଭିଜନର ବିଭିନ୍ନ କାର୍ଯ୍ୟାଳୟ, ମେଡିକାଲ ଓ ସ୍କୁଲ କଲେଜ ଯିବା ପାଇଁ ଛାତ୍ରୀଛାତ୍ର ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ କୋକସରା ବ୍ଲକ୍‌ ଉପାଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ।

ବ୍ଲକ୍‌ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲଙ୍କ କହିବା ମୁତାବକ, ରାସ୍ତା ନିର୍ମାଣ ପାଇଁ ପୂର୍ବରୁ ପ୍ରସ୍ତାବ ଦେଇ ସାରିଛୁ। ଅନୁଦାନ ଆସିଛି, ଟେଣ୍ଡର ପ୍ରୋସେସ୍‌ରେ ଅଛି। ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ବିଭାଗ ସହ କଥାବାର୍ତ୍ତା ହୋଇ ଶୀଘ୍ର ରାସ୍ତା ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ବର୍ଷାଋତୁ ଆସୁଥିବାରୁ ତୁରନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଶ୍ୟାମସୁନ୍ଦର ନାଏକ, ଲକ୍ଷ୍ମୀଧର ଧରୁଆ, ଭଲଭଦ୍ର ପୂଜାରୀ, ତରୁଣ ମାଝୀ, ଲୋକନାଥ ଭଏଁସାଲ, କର୍ଣ୍ଣଧର ଦୁର୍ଗା, ସୁଗ୍ରୀ ବାଗ, ଘନ ବାଗ, ଦେବାନନ୍ଦ ମାଝୀ, ଡମ୍ବରୁଧର ଧରୁଆ, ଥବୀର ବିଶି ପ୍ରମୁଖ ଗ୍ରାମବାସୀ ପ୍ରଶାସନକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri