ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ମୁଖ୍ୟାଳୟ ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ ଅତ୍ୟନ୍ତ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି।

ବିଆରସିସି (BRCC) ହେମନ୍ତ କୁମାର ପଣ୍ଡା ଓ ଏବିଓ (ABO) ହେମନ୍ତ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାଂସଦଙ୍କ ବ୍ଲକ ପ୍ରତିନିଧି ପବିତ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୁନି କୁନି ଶିଶୁ ଓ ସେମାନଙ୍କ ଅଭିଭାବକଙ୍କୁ ଉତ୍ସାହିତ କରିଥିଲେ। ପିଲାମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା, ବିଦ୍ୟାଳୟରେ ଏକ ଆନନ୍ଦମୟ ଶିକ୍ଷଣ ପରିବେଶ ଯୋଗାଇଦେବା ଏବଂ ଅଭିଭାବକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ ବୋଲି ଅତିଥିମାନେ ପ୍ରକାଶ କରିଥିଲେ।

ପଣ୍ଡିତ ରତୀକାନ୍ତ ପଣ୍ଡାଙ୍କ ପୌରୋହିତ୍ୟରେ ଶାସ୍ତ୍ରୀୟ ବିଧି ଅନୁସାରେ ୧୪ ଜଣ ଶିଶୁଙ୍କୁ ଖଡ଼ିଛୁଆଁ କରାଯାଇ ଅକ୍ଷର ଶିକ୍ଷାର ଶୁଭାରମ୍ଭ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟରୁ ଏକ ସଚେତନତା ରଥ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରା ସ୍ଥାନୀୟ ମା’ ମାଣିକେଶ୍ୱରୀଙ୍କ ଆଦି ଶକ୍ତିପୀଠରେ ପହଞ୍ଚିବା ପରେ ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ କାର୍ଯ୍ୟକ୍ରମର ସଫଳ ସମାପ୍ତି ହୋଇଥିଲା।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାଗେଶ୍ୱର ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସହ ଶିକ୍ଷୟିତ୍ରୀ ଅନାମିକା ନାଏକ, ସବୀତା ନାଏକ, ସୀତ୍ତିରାଣୀ ପୁରୋହିତ ଏବଂ ସହ ଶିକ୍ଷକ ଉତ୍ତମ କୁମାର ବିଶ୍ୱାଳ, ଅଜିତ କୁମାର ଦୁର୍ଗା, ନରେନ୍ଦ୍ର ଛତ୍ରୀଆ, ମୂରଳୀ ବେହେରା ପ୍ରମୁଖ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖେଳ ଶିକ୍ଷକ ଚୈତନ୍ୟ ଦୁର୍ଗା, ଶିଶୁ ସେବିକା ସୁନୀତା ପାତ୍ର ଓ ବହୁ ସଂଖ୍ୟାରେ ଅଭିଭାବକ ତଥା ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri