ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍‌): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ତେବେ ନବଜନ୍ମିତ ଶିଶୁ ମା’ କ୍ଷୀର ଖାଇ ସୁସ୍ଥ ରହୁଥିବାବେଳେ ୬ ମାସ ପର୍ଯ୍ୟନ୍ତ ଏଭଳି ଶିଶୁ ରୁହନ୍ତି ତେବେ ୭ ମାସ ଠାରୁ ୩ ବର୍ଷ ଅଙ୍ଗନୱାଡି ଯିବା ପର୍ଯ୍ୟନ୍ତ ଶିଶୁଙ୍କ ଶାରୀରିକ ଓ ବୌଦ୍ଧିକ ବିକାଶ ପାଇଁ ସରକାର କୌଣସି ପଦକ୍ଷେପ ନେଉ ନ ଥିଲେ। ତେବେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ପ୍ରଥମ ଥର ପାଇଁ ଅଜିମ ପ୍ରେମ ଫାଉଣ୍ଡେସନ ଓ ଜାଗୃତି ମିଳିତ ଅନୁଷ୍ଠାନର ସହାଭାଗିତାରେ ଏହି ଶିଶୁମାନଙ୍କ ସମଗ୍ର ବିକାଶ ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି।

ଶିଶୁ ଦିବସରେ ଦାରିଙ୍ଗବାଡି ବ୍ଲକର ସିର୍କାବର୍ଗ ଓ ସୋନପୁର ପଞ୍ଚାୟତ ଅଞ୍ଚଳରେ ୫ଟି ଶିଶୁ ଗୃହର ଶୁଭ ଉଦଘାଟନ କରାଯାଇଛି। ଉକ୍ତ ୨ ପଞ୍ଚାୟତ ତଥା ସୋନପୁର ପଞ୍ଚାୟତର ଯୁଆଙ୍ଗିଆ, ସୋନପୁର, ବ୍ରାହାବାନ୍ଦା ଓ ସିର୍କାବର୍ଗ ପଞ୍ଚାୟତ ର ବାନ୍ଦାମେରା ଓ ବଡାଙ୍ଗିଆଠାରେ ଏହା ଶିଶୁଙ୍କ ପାଇଁ ଖୋଲାଯାଇଛି।

ସେମାନଙ୍କୁ ଦିନରେ ନିୟମିତ ବିଭିନ୍ନ ସୁଷମ ଖାଦ୍ୟ ଖାଇବାକୁ ଦିଆଯିବା ସହ ଶାରୀରିକ ଓ ବୌଦ୍ଧିକ ବିକାଶ ପାଇଁ ଆବଶ୍ୟକ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ କହିଛନ୍ତି। ସେ ଆହୁରି କହିଛନ୍ତି, ଉକ୍ତ ବ୍ଲକର ବିଭିନ୍ନ ଗାଁରେ ଶିଶୁ ଗୃହ ଖୋଲାଯିବ। ସେଥିରେ ପ୍ରାୟ ୮ ଶହ ଶିଶୁଙ୍କୁ ଏହି ସମସ୍ତ ସୁବିଧା ମିଳିବ। ଆଗାମୀ ଦିନରେ ଏହି ଗୃହର ସଂଖ୍ୟା ସହ ଶିଶୁଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବାକୁ ଲକ୍ଷ ରଖଯାଇଥିବା ସେ କହିଛନ୍ତି। ଏହି ଉଦଘାଟନ ଉତ୍ସବରେ ସୋନପୁର ମୁଖ୍ୟ ଅତିଥି ଭାବେ ସରପଞ୍ଚ କୁମୁଦିନୀ ପ୍ରଧାନ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ପିତାମ୍ବର ରୁପାମାଝି ସଭାପତିତ୍ୱ କରିଥିବାବେଳେ ଅନ୍ୟ ମାନଙ୍କ ମଧ୍ୟରେ
ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ସମନ୍ବିତ ଶିଶୁ ଓ ମହିଳା ବିକାଶ ଯୋଜନାର ସୁପରଭାଇଜର ସ୍ବର୍ଣ୍ଣକାନ୍ତି ପ୍ରଧାନ, ଏଏନଏମ ବୁଲି ଦେଇ ସାହୁ,ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ନିରୁପମା ପ୍ରଧାନ ପ୍ରମୁଖ ଯୋଗଦେଇ ଏହି ଗୃହ ଦ୍ୱାରା ଶିଶୁମାନଙ୍କ ସାମଗ୍ରିକ ବିକାଶ ସମ୍ପର୍କରେ ଲୋକଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri