୧୩ରୁ ଶିଶିର ସରସ ମେଳା

ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ବିଶ୍ୱକପ୍‌ ହକି ସମୟରେ ରାଜଧାନୀବାସୀଙ୍କୁ ମନୋରଞ୍ଜନର ଆଉ ଏକ ସୁଯୋଗ ଆଣିଦେଉଛି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ରୁରାଲ ଡେଭେଲପ୍‌ମେଣ୍ଟ ଆଣ୍ଡ୍‌ ମାର୍କେଟିଂ ସୋସାଇଟି (ଓରମାସ୍‌)। ଜାନୁୟାରୀ ୧୩ରୁ ଓର୍‌ମାସ୍‌ ପକ୍ଷରୁ ବରମୁଣ୍ଡା ବିଜୁ ପଟ୍ଟନାୟକ ପଡ଼ିଆରେ ଶିଶିର ସରସ ମେଳା ଆରମ୍ଭ ହେବ ବୋଲି ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ବୁଧବାର ୟୁନିଟ-୮ ସ୍ଥିତ ଏସ୍‌ଆଇଆର୍‌ଡି ଆଣ୍ଡ ପିଆର୍‌ କନ୍‌ଫରେନସ ହଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜାନୁୟାରୀ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଜାତୀୟ ସ୍ତରୀୟ ମେଳାରେ ମୋଟ ୩୫୦ଟି ଷ୍ଟଲ ରହିବ। ଓଡ଼ିଶାର ୩୦ଟି ଜିଲାରୁ ଏସଏଚ୍‌ଜିଙ୍କ ହାତ ତିଆରି ସାମଗ୍ରୀ ସହିତ ୨୬ଟି ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ, ଖାଦ୍ୟ ଓ ମସଲା ସାମଗ୍ରୀ ଆଦି ବିକ୍ରି ହେବ। ମେଳାରେ ପ୍ରତି ସନ୍ଧ୍ୟାରେ ବିଶିଷ୍ଟ କଳାକାରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସ୍ବତନ୍ତ୍ର ଫୁଡକୋର୍ଟ ସହ ସେଲ୍‌ଫି ପଏଣ୍ଟ, ଓପନ କୁଇଜ, ଚିତ୍ରାଙ୍କନ ପ୍ରତିଯୋଗିତା ସହ ଅନେକ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯିବ। ଏଥିସହ ହକି ବିଶ୍ୱକପ ସମୟରେ ଓର୍‌ମାସ୍‌ ଜିଲା ମୁଖ୍ୟାଳୟଗୁଡିକରେ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯିବ। ମେଳା ବୁଲିବାକୁ ଆସିଥିବା ଗ୍ରାହକ ତଥା ପରିଦର୍ଶକଙ୍କ ପାଇଁ ବଡ଼ ଏଲଇଡି ସ୍କ୍ରିନ୍‌ରେ ହକି ମ୍ୟାଚର ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଛି। ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଭୁବନେଶ୍ୱର କମିଶନରେଟ ଓ ଟ୍ରାଫିକ ପୋଲସର ବରିଷ୍ଠ ଅଧିକାରୀଙ୍କ ସହିତ ମିଶନ ଶକ୍ତି ବିଭାଗ, ବିଏମ୍‌ସି, ବିଡିଏ, ୱାଟ୍‌କୋ, ନାବାର୍ଡ, ଏସ୍‌ଏସ୍‌ଇପିଡି, ଇମେଜ୍‌ ଓ ଟ୍ରାଇଫେଡ୍‌ ସହ ବିଭିନ୍ନ ସରକାରୀ ସଂସ୍ଥା ଏବଂ ଘରୋଇ ବ୍ୟାଙ୍କର ବରିଷ୍ଠ ଅଧିକାରୀ ଓ ପ୍ରତିନିଧି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri