୧୩ରୁ ଶିଶିର ସରସ ମେଳା

ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ବିଶ୍ୱକପ୍‌ ହକି ସମୟରେ ରାଜଧାନୀବାସୀଙ୍କୁ ମନୋରଞ୍ଜନର ଆଉ ଏକ ସୁଯୋଗ ଆଣିଦେଉଛି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ରୁରାଲ ଡେଭେଲପ୍‌ମେଣ୍ଟ ଆଣ୍ଡ୍‌ ମାର୍କେଟିଂ ସୋସାଇଟି (ଓରମାସ୍‌)। ଜାନୁୟାରୀ ୧୩ରୁ ଓର୍‌ମାସ୍‌ ପକ୍ଷରୁ ବରମୁଣ୍ଡା ବିଜୁ ପଟ୍ଟନାୟକ ପଡ଼ିଆରେ ଶିଶିର ସରସ ମେଳା ଆରମ୍ଭ ହେବ ବୋଲି ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ବୁଧବାର ୟୁନିଟ-୮ ସ୍ଥିତ ଏସ୍‌ଆଇଆର୍‌ଡି ଆଣ୍ଡ ପିଆର୍‌ କନ୍‌ଫରେନସ ହଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜାନୁୟାରୀ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଜାତୀୟ ସ୍ତରୀୟ ମେଳାରେ ମୋଟ ୩୫୦ଟି ଷ୍ଟଲ ରହିବ। ଓଡ଼ିଶାର ୩୦ଟି ଜିଲାରୁ ଏସଏଚ୍‌ଜିଙ୍କ ହାତ ତିଆରି ସାମଗ୍ରୀ ସହିତ ୨୬ଟି ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ, ଖାଦ୍ୟ ଓ ମସଲା ସାମଗ୍ରୀ ଆଦି ବିକ୍ରି ହେବ। ମେଳାରେ ପ୍ରତି ସନ୍ଧ୍ୟାରେ ବିଶିଷ୍ଟ କଳାକାରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସ୍ବତନ୍ତ୍ର ଫୁଡକୋର୍ଟ ସହ ସେଲ୍‌ଫି ପଏଣ୍ଟ, ଓପନ କୁଇଜ, ଚିତ୍ରାଙ୍କନ ପ୍ରତିଯୋଗିତା ସହ ଅନେକ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯିବ। ଏଥିସହ ହକି ବିଶ୍ୱକପ ସମୟରେ ଓର୍‌ମାସ୍‌ ଜିଲା ମୁଖ୍ୟାଳୟଗୁଡିକରେ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯିବ। ମେଳା ବୁଲିବାକୁ ଆସିଥିବା ଗ୍ରାହକ ତଥା ପରିଦର୍ଶକଙ୍କ ପାଇଁ ବଡ଼ ଏଲଇଡି ସ୍କ୍ରିନ୍‌ରେ ହକି ମ୍ୟାଚର ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଛି। ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଭୁବନେଶ୍ୱର କମିଶନରେଟ ଓ ଟ୍ରାଫିକ ପୋଲସର ବରିଷ୍ଠ ଅଧିକାରୀଙ୍କ ସହିତ ମିଶନ ଶକ୍ତି ବିଭାଗ, ବିଏମ୍‌ସି, ବିଡିଏ, ୱାଟ୍‌କୋ, ନାବାର୍ଡ, ଏସ୍‌ଏସ୍‌ଇପିଡି, ଇମେଜ୍‌ ଓ ଟ୍ରାଇଫେଡ୍‌ ସହ ବିଭିନ୍ନ ସରକାରୀ ସଂସ୍ଥା ଏବଂ ଘରୋଇ ବ୍ୟାଙ୍କର ବରିଷ୍ଠ ଅଧିକାରୀ ଓ ପ୍ରତିନିଧି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri