Posted inଜାତୀୟ

ସିସୋଡିଆଙ୍କୁ ପୁଣି ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୧୨।୪: ମନୀଷ ସିସୋଡିଆଙ୍କୁ କୋର୍ଟ ଏକ ବଡ ଝଟ୍‌କା ଦେଇଛନ୍ତି। ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଆବେଦନ କରିଥିଲେ, ଯାହାର ଶୁଣାଣି ସ୍ଥଗିତ ରଖାଯାଇଛି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମନୀଷ ସିସୋଡିଆ ଲୋକ ସଭା ନିର୍ବାଚନରେ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲେ। ଶୁକ୍ରବାର ରାଉସ ଆଭେନ୍ୟୁ କୋର୍ଟ ତାଙ୍କ ଆବେଦନର ଶୁଣାଣି କରିଛନ୍ତି। ମନୀଷ ସିସୋଡିଆଙ୍କ ଆବେଦନ ଉପରେ ସେମାନଙ୍କର ଜବାବ ଦାଖଲ କରିବାକୁ କୋର୍ଟ ସିବିଆଇ ଏବଂ ଇଡିକୁ ଏକ ସପ୍ତାହ ସମୟ ଦେଇଛନ୍ତି। ବର୍ତ୍ତମାନ ସିସୋଡିଆଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଏପ୍ରିଲ ୨୦ରେ ଶୁଣାଣି ହେବ।
ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲେ। ସେ ଏ ସମ୍ପର୍କରେ ରାଉଜ ଆଭେନ୍ୟୁ କୋର୍ଟରେ ଆବେଦନ କରିଥିଲେ। ତାଙ୍କ ଆବେଦନ ଶୁଣାଣି ବେଳେ ସ୍ବତନ୍ତ୍ର ଜଜ ଶୁଣାଣି ଏପ୍ରିଲ ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖି ଅନୁସନ୍ଧାନକାରୀ ସଂସ୍ଥା ଇଡି ଏବଂ ସିବିଆଇକୁ ଏହାର ଉତ୍ତର ଦାଖଲ କରିବାକୁ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ,ମନୀଷ ସିସୋଡିଆ ତାଙ୍କ ସମ୍ପର୍କୀୟଙ୍କ ବିବାହ ସମାରୋହରେ ଯୋଗଦେବା ପାଇଁ ନିକଟରେ ଜାମିନ ମାଗିଥିଲେ, ଯାହା ଗ୍ରହଣ କରାଯାଇଥିଲା। ବର୍ତ୍ତମାନ ସେ ମଧ୍ୟବର୍ତ୍ତୀକାଳୀନ ଜାମିନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?