Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସିସୋଡିଆ, କହିଲେ ଆଜି ଦେଶର ଗଣତନ୍ତ୍ର…

ନୂଆଦିଲ୍ଲୀ,୧୬ା୮: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆଜି ଅର୍ଥାତ୍‌ ଶୁକ୍ରବାର ହେଉଛି ଜନ୍ମଦିନ। ତିହାର ଜେଲରେ ଥିବା କେଜ୍‌ରିଓ୍ବାଲ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଏଏପି ନେତା ମନୀଷ ସିସୋଡିଆ ସୋସିଆଲ ମିଡିଆ ସାଇଟ୍‌ ‘ଏକ୍ସ’ରେ  କେଜ୍‌ରିଓ୍ବାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଆଜି ଦେଶର ଗଣତନ୍ତ୍ର କେଜ୍‌ରିଓ୍ବାଲଙ୍କ ରୂପରେ ବନ୍ଦୀ ହୋଇଛି।

କେଜ୍‌ରିଓ୍ବାଲ ଗତ ବର୍ଷ ତାଙ୍କ ଜନ୍ମଦିନରେ ତାଙ୍କର ପୁରୁଣା ବନ୍ଧୁ ମନୀଷ ସିସୋଡିଆଙ୍କୁ ମନେ ପକାଇଥିଲେ। ସେ ଟୁଇଟ୍‌ କରି କହିଥିଲେ, ‘ସେ ମନୀଷ ସିସୋଡିଆଙ୍କୁ ହରାଉଛନ୍ତି। ଆସନ୍ତୁ ଆଜି ସମସ୍ତେ ଏକ ପ୍ରତିଶ୍ରୁତି ଦେବା ଯେ, ଭାରତରେ ଜନ୍ମିତ ପ୍ରତ୍ୟେକ ଶିଶୁଙ୍କୁ ସର୍ବୋତ୍ତମ ଶିକ୍ଷା ପ୍ରଦାନ କରିବା ପାଇଁ ଆମେ ସମସ୍ତ ପ୍ରକାର ଉଦ୍ୟମ କରିବୁ।’

ସେ କହିଥିଲେ,‘ଏହା ଏକ ଶକ୍ତିଶାଳୀ ଭାରତର ମୂଳଦୁଆ ପକାଇବ। ଏହା ଭାରତକୁ ଏକ ନମ୍ବର କରିବାର ସ୍ବପ୍ନକୁ ପୂରଣ କରିବ। ଏହା ମଧ୍ୟ ମନୀଷ ସିସୋଡିଆଙ୍କୁ ଖୁସି କରିବ।’ ଚଳିତ ବର୍ଷ କେଜ୍‌ରିଓ୍ବାଲ ଜେଲ୍‌ରେ ଥିବାବେଳେ ସିସୋଡିଆ ଜେଲ ବାହାରେ ଅଛନ୍ତି।

ସୂଚନାଯୋଗ୍ୟ, ୧୬ ଅଗଷ୍ଟ ୧୯୬୮ରେ ହରିୟାଣାର ଭବାନୀ ଜିଲାରେ ଜନ୍ମ ହୋଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆଜି ୫୬ ବର୍ଷ ବୟସ ହୋଇଛି। ସ୍କୁଲ ପରେ ପ୍ରଥମ ପ୍ରୟାସରେ କେଜ୍‌ରିଓ୍ବାଲ ଆଇଆଇଟି ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ସେ ୧୯୮୯ରେ ଆଇଆଇଟି ଖଡ଼ଗପୁରରୁ ମେକାନିକାଲ ଇଞ୍ଜିନିୟର ଭାବରେ ସ୍ନାତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri