Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସିସୋଡିଆ, କହିଲେ ଆଜି ଦେଶର ଗଣତନ୍ତ୍ର…

ନୂଆଦିଲ୍ଲୀ,୧୬ା୮: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆଜି ଅର୍ଥାତ୍‌ ଶୁକ୍ରବାର ହେଉଛି ଜନ୍ମଦିନ। ତିହାର ଜେଲରେ ଥିବା କେଜ୍‌ରିଓ୍ବାଲ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଏଏପି ନେତା ମନୀଷ ସିସୋଡିଆ ସୋସିଆଲ ମିଡିଆ ସାଇଟ୍‌ ‘ଏକ୍ସ’ରେ  କେଜ୍‌ରିଓ୍ବାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଆଜି ଦେଶର ଗଣତନ୍ତ୍ର କେଜ୍‌ରିଓ୍ବାଲଙ୍କ ରୂପରେ ବନ୍ଦୀ ହୋଇଛି।

କେଜ୍‌ରିଓ୍ବାଲ ଗତ ବର୍ଷ ତାଙ୍କ ଜନ୍ମଦିନରେ ତାଙ୍କର ପୁରୁଣା ବନ୍ଧୁ ମନୀଷ ସିସୋଡିଆଙ୍କୁ ମନେ ପକାଇଥିଲେ। ସେ ଟୁଇଟ୍‌ କରି କହିଥିଲେ, ‘ସେ ମନୀଷ ସିସୋଡିଆଙ୍କୁ ହରାଉଛନ୍ତି। ଆସନ୍ତୁ ଆଜି ସମସ୍ତେ ଏକ ପ୍ରତିଶ୍ରୁତି ଦେବା ଯେ, ଭାରତରେ ଜନ୍ମିତ ପ୍ରତ୍ୟେକ ଶିଶୁଙ୍କୁ ସର୍ବୋତ୍ତମ ଶିକ୍ଷା ପ୍ରଦାନ କରିବା ପାଇଁ ଆମେ ସମସ୍ତ ପ୍ରକାର ଉଦ୍ୟମ କରିବୁ।’

ସେ କହିଥିଲେ,‘ଏହା ଏକ ଶକ୍ତିଶାଳୀ ଭାରତର ମୂଳଦୁଆ ପକାଇବ। ଏହା ଭାରତକୁ ଏକ ନମ୍ବର କରିବାର ସ୍ବପ୍ନକୁ ପୂରଣ କରିବ। ଏହା ମଧ୍ୟ ମନୀଷ ସିସୋଡିଆଙ୍କୁ ଖୁସି କରିବ।’ ଚଳିତ ବର୍ଷ କେଜ୍‌ରିଓ୍ବାଲ ଜେଲ୍‌ରେ ଥିବାବେଳେ ସିସୋଡିଆ ଜେଲ ବାହାରେ ଅଛନ୍ତି।

ସୂଚନାଯୋଗ୍ୟ, ୧୬ ଅଗଷ୍ଟ ୧୯୬୮ରେ ହରିୟାଣାର ଭବାନୀ ଜିଲାରେ ଜନ୍ମ ହୋଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆଜି ୫୬ ବର୍ଷ ବୟସ ହୋଇଛି। ସ୍କୁଲ ପରେ ପ୍ରଥମ ପ୍ରୟାସରେ କେଜ୍‌ରିଓ୍ବାଲ ଆଇଆଇଟି ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ସେ ୧୯୮୯ରେ ଆଇଆଇଟି ଖଡ଼ଗପୁରରୁ ମେକାନିକାଲ ଇଞ୍ଜିନିୟର ଭାବରେ ସ୍ନାତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri