Posted inଜାତୀୟ

ସିସୋଡିଆଙ୍କ ସମସ୍ୟା ବଢ଼ିଲା: ସିବିଆଇ ଚାର୍ଜଶିଟରେ ନାମ ଅନ୍ତର୍ଭୁକ୍ତ…

ନୂଆଦିଲ୍ଲୀ,୨୫।୪ : ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇ ମଙ୍ଗଳବାର ରାଉସ ଆଭେନ୍ୟୁ କୋର୍ଟରେ ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଛି। ଯେଉଁଥିରେ ପ୍ରଥମ ଥର ପାଇଁ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ନେତା ମନୀଷ ସିସୋଡିଆଙ୍କ ନାମ ଅନ୍ତର୍ଭୁକ୍ତ ହୋଇଛି। ଏହା ସହିତ ବୁଚି ବାବୁ, ଅମାନଦୀପ ସିଂ ଢଲ ଏବଂ ଅର୍ଜୁନ ପାଣ୍ଡେଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରାଯାଇଛି। ଚାର୍ଜସିଟ ସମ୍ପର୍କରେ ଜଣାଇବା ପାଇଁ କୋର୍ଟ ମେ ୧୨ ପୂର୍ବାହ୍ନ ୧୦ଟା ୩୦ ସମୟ ସ୍ଥିର କରିଛନ୍ତି।

ମଦ ନୀତିରେ ହୋଇଥିବା ଅନିୟମିତତାକୁ ସିବିଆଇ ଯାଞ୍ଚ କରୁଛି ଯେଉଁଥି ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଫେବୃଆରୀ ୨୬ରେ ସିସୋଡିଆଙ୍କୁ ଗିରଫ କରିଥିଲା। ଏକ୍ସାଇଜ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ସିସୋଡିଆଙ୍କୁ ମଧ୍ୟ ପଚରାଉଚରା କରୁଛି। ମଦ ନୀତି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ସିସୋଡିଆ ବୋଲି ସିବିଆଇ କହିଛି।

ଅଭିଯୋଗ ହୋଇଛି, ଦିଲ୍ଲୀ ସରକାରଙ୍କ ୨୦୨୧-୨୨ ର ଏକ୍ସାଇଜ ପଲିସିରେ ମଦ ବ୍ୟବସାୟୀଙ୍କୁ ଲାଇସେନ୍ସ ପ୍ରଦାନ କରାଯାଇଛି। ଯାହାଦ୍ୱାରା କିଛି ଡିଲର ଉପକୃତ ହୋଇଥିଲେ। ଡିଲରଶିପ୍‌ ପାଇ ଁବ୍ୟାପକ ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ହୋଇଥିଲା। ପରେ ଏହି ନୀତିକୁ ରଦ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri