ସୁନା, ରୂପା ଅଳଙ୍କାର ଚୋରି କରି ବନ୍ଧା ହେଲେ ଭଉଣୀ, ଭାଇ

ବରଗଡ଼ ଅଫିସ,୧୧।୬: ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ କଲାପାଣି ଗ୍ରାମରୁ ଗତ ୯ତାରିଖରେ ସଂଘଟିତ ସୁନା, ରୂପା ଅଳଙ୍କାର ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୨ ଭଉଣୀ, ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଜିଲା ଗାଇସିଲେଟ ଥାନା ଭାଙ୍ଗମୁଣ୍ଡା ଗ୍ରାମର କରୁଣା ପାଣି ଏଂ ତାଙ୍କ ବିବାହିତା ଭଉଣୀ ଅତାବିରା ଥାନା ଝିଲିମିଣ୍ଡା ଗ୍ରାମର ମାମି ଓରଫ ସସ୍ମିତା ମହାପାତ୍ର। ଅଭିଯୁକ୍ତ ଭାଇ, ଭଉଣୀ ଗତ ୯ତାରିଖ କଲାପାଣି ଗ୍ରାମର ମନୋଜ କୁମାର ମହାପାତ୍ରଙ୍କ ଘରେ ଚାଲିଥିବା ଏକ ଉତ୍ସବକୁ ଆସିଥିଲେ। ହେଲେ ମନୋଜଙ୍କ ଏକ କୋଠରୀରେ ରହିଥିବା ଲକର୍‌ ଚାବି ସେମାନେ ପାଇଥିଲେ। ପରେ ଲକର୍‌ ଖୋଲି ପ୍ରାୟ ୮୦ ଗ୍ରାମର ସୁନା ଏବଂ ୧୦୦ ଗ୍ରାମର ରୂପା ଅଳଙ୍କାର ଚୋରି କରି ନେଇଥିଲେ। ଏ ନେଇ ମନୋଜ ଥାନାରେ ଏତଲା ଦେବା ପରେ ପୋଲିସ ଅଭିଯୁକ୍ତ ଭାଇ, ଭଉଣୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ପାଖରୁ ସମସ୍ତ ସୁନା, ରୂପା ଅଳଙ୍କାର ଜବତ କରିଛି। ଗିରଫ ଭଉଣୀ, ଭାଇଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ରବିବାର ସାରେ ବରଗଡ଼ ଟାଉନ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ଅମ୍ରିତ କୁମାର ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri