ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଦୁଇ ପିଲାଙ୍କ ବୟସ ୨ ଏବଂ ୪ ବର୍ଷ ହେବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ୨ ପିଲାଙ୍କୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖେଳି ଯାଇଛି।


