ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା ଶାଳୀଙ୍କୁ ଭିଣୋଇ ଗର୍ଭବତୀ କରିଥିବା ନେଇ ଦିଗପହଣ୍ଡି ଥାନାରେ ଏତଲା ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୫୫/୨୫ ଅନୁଯାୟୀ ଭିଣୋଇଙ୍କ ନାଁରେ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ପାଇଁ ଥାନାଏସଆଇ ସୋଫିଆ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଥିବା ଜଣାପଡିଛି। ଅଭିଯୁକ୍ତ ପୀଡ଼ିତାଙ୍କ ବଡ଼ ଭଉଣିିଙ୍କୁ ବିବାହ କରିଛନ୍ତି। ମା’ ବାପା କାମ ପାଇଁ ବାହାରକୁ ପଳାଉଥିବା ବେଳେ ଘରେ କେହି ରହୁ ନ ଥିବା ସୁଯୋଗ ନେଇ ଅଭିଯୁକ୍ତ ଭିଣୋଇ ନାବାଳିକା ଶାଳୀଙ୍କୁ ଭୟଭୀତ କରାଇ ଏକାଧିକ ଥର ଳାତ୍କାର କରି ଆସୁଥିଲେ। ଘଟଣା କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଉଥିଲେ। ଏପରିକି ସେ ନିକଟସ୍ଥ ଏକ ଗାଁ ହାଇସ୍କୁଲକୁ ଯିବାବେଳେ ସେ ବାଇକ୍‌ରେ ଆସି ତାଙ୍କ ସହ ଯିବାକୁ ବାଧ୍ୟ କରୁଥିଲେ। ମନାକଲେ ତାଙ୍କୁ ଭୟଭୀତ କରାଇ ବାଇକ୍‌ରେ ନେଉଥିଲେ। ବାରମ୍ବାର ତାଙ୍କୁ ବଳାତ୍କାର କରିବା ପରେ ନାବାଳିକା ଶାଳୀ ଜଣକ ଗର୍ଭବତୀ ହୋଇଥିବା ଜାଣିବା ପରେ ଏନେଇ ଭିଣୋଇଙ୍କୁ ଜଣାଇଥିଲେ। ଭିଣୋଇ ତାଙ୍କୁ ବ୍ରହ୍ମପୁର ନେଇ ଗର୍ଭନଷ୍ଟ କରିବାକୁ ବାଧ୍ୟ କରିଥିଲେ। ଏଥିରେ ସେ ଅରାଜି ହେବାରୁ ତାଙ୍କୁ ହତ୍ୟା କରିବାକୁ ଧମକ ଦେଉଥିବା ନେଇ ପୀଡ଼ିତା ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri