ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା ଭାଇଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଥିବା ଏହି ମାମୁ-ଭାଣିଜୀଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଯେ ,ଭଦ୍ରକ ବାଣିତିଆ ଅଞ୍ଚଳରୁ ଏକ ଅଲ୍‌ଟୋ ନମ୍ବର ଓଡି ୧୧ ସି ୯୦୪୧ ଯୋଗେ ଦୁଷ୍ମନ୍ତ ମାହାଲା(୩୫) ନାମକ ଜଣେ ଯୁବକ ନିଜ ଭଉଣୀ ସୌମ୍ୟ ରଞ୍ଜିତା ମାହଲା (୩୦)ଓ ଭାଣିଜୀ ମୁକ୍ତା(୫)ଙ୍କୁ ନେଇ କରଞ୍ଜିଆ ବଣସାହିକୁ କାର୍‌ ଯୋଗେ ଯାଉଥିବା ସମୟରେ ସୁନାରିପୋଷି ନିକଟରେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇ ଏକ ଗାଡି ଯୋଗେ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ଚାଲୁଥିବା ବେଳେ ଭଉଣୀ ସୋମ୍ୟ ରଞ୍ଜିତାଙ୍କ ମୃତ୍ୟୁ ଘଟିଥିବା ନେଇ ଡାକ୍ତର ଘୋଷଣା କରିଥିଲେ। ଦୁର୍ଘଟଣାରେ ଗୁରୁତର ଥିବା ମାମୁ ଦୁଷ୍ମନ୍ତ ଓ ଭାଣିଜୀ ମୁକ୍ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଠାକୁରମୁଣ୍ଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗା ବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି।

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri