Posted inଜାତୀୟ

ଦୁଇ ଭଉଣୀଙ୍କୁ ଗଣବଳାତ୍କାର: ଅଭିଯୁକ୍ତଙ୍କ ରହିଛି ରାଜନୈତିକ ଲିଙ୍କ୍‌

ରାୟପୁର,୨।୯: ରାଖୀ ବାନ୍ଧି ଫେରୁଥିବା ବେଳେ ୨ ଭଉଣୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଲଜ୍ଜାକର ଘଟଣା ଘଟିଛି ଛତିଶଗଡ଼ର ରାଜଧାନୀ ରାୟପୁର ଅଞ୍ଚଳରେ। ପୀଡ଼ିତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୧୦ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣଙ୍କ ରାଜନୈତିକ ଲିଙ୍କ୍‌ ଥିବା ବେଳେ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ।

ରାୟପୁର ଏସ୍‌ଏସ୍‌ପି ପ୍ରଶାନ୍ତ ଅଗ୍ରଓ୍ବାଲ କହିଛନ୍ତି, ଦୁଇ ଭଉଣୀ ରକ୍ଷାବନ୍ଧନ ଉତ୍ସବ ପାଳନ କରି ଏକ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ସେମାନଙ୍କ ସହ ଜଣେ ପରିଚିତ ବ୍ୟକ୍ତି ମଧ୍ୟ ଥିଲେ। ସହର ନିକଟରେ ପହଞ୍ଚିବା ବେଳକୁ ଭନସୋଜନ୍‌ ନିକଟରେ ହଠାତ୍‌ ଏକ ବାଇକ୍‌ରେ ୩ ଜଣ ଯୁବକ ଆସି ତାଙ୍କ ବାଇକ୍‌କୁ ଅଟକାଇ ସେମାନଙ୍କ ମୋବାଇଲ ଓ ଭ୍ୟାନିଟି ବ୍ୟାଗ୍‌ ଲୁଟି ନେଇଥିଲେ। ଏହାର କିଛିକ୍ଷଣ ମଧ୍ୟରେ ଅନ୍ୟ ଚାରିଜଣ ଏକ ବାଇକ୍‌ରେ ଆସି ଦୁଇ ଭଉଣୀଙ୍କ ସହ ଥିବା ଲୋକଙ୍କୁ ମାଡ଼ ମାରିବା ସହିତ ଦୁଇ ଭଉଣୀଙ୍କୁ ଜୋର୍‌ ଜବରଦସ୍ତ ବାଇକ୍‌ରେ ବସାଇ ନେଇ ବଳାତ୍କାର କରିଥିଲେ। ଏହାପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲିସ ତଦନ୍ତ ପରେ ଘଟଣାରେ ସମ୍ପଅକ୍ତ ଥିବା ୧୦ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri