ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି । ମୃତ୍ୟବରଣ କରିଥିବା ଯୁବତୀ ଜଣଙ୍କ ହେଲେ ମିଲି ଗୌଡ଼ । ସୂଚନାରୁ ଜଣାପଡିଛି , ରାୟଗଡାର ଜୈନିକ ୱେବ ଖବରଦାତା ଗୋପୀନାଥ ଗୌଡ଼ଙ୍କ ବାହାଘର ଝାରସୁଗୁଡା ଜିଲା କୁଚିଣ୍ଡା ଠାରେ ଦିନବେଳା ଅନୁଷ୍ଠିତ ହୋଇଥିଲା । ମୃତକ ନିଜ ପରିବାର ଏବଂ ବନ୍ଧୁଙ୍କ ସହ ସନ୍ଧ୍ୟା ବେଳେ ଫେରୁଥିବା ସମୟରେ କତରଭାଗା ଥାନା ଅନ୍ତର୍ଗତ ଗୁମଲେଇ ନିକଟରେ ଭାରସାମ୍ୟ ହରାଇ ଗୋଟିଏ ଗଛକୁ ପିଟି ହୋଇଯାଇଥିଲା । ଖବରପାଇ ଦୁର୍ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଦୁର୍ଘଟଣାରେ ଚାରି ଆହତଙ୍କୁ ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି I ଅପରପକ୍ଷେ ମୃତଦେହକୁ ଗ୍ୟାସ କଟର ସହାୟତାରେ କାଟି ଅଗ୍ନିଶମ ବିଭାଗ ଉଦ୍ଧାର କରିଛି। ଦୁର୍ଘଟଣା ସମ୍ପର୍କରେ ଖବର ପହଞ୍ଚିବା ପରେ ରାୟଗଡାରେ ଶୋକର ଛାୟା ଖେଳିଯାଇଛି। ଗୋପୀଙ୍କ ଭଉଣୀଙ୍କ ମୃତ୍ୟୁ ଖବର ପରେ ପ୍ରେସ ଆଣ୍ଡ ମିଡ଼ିଆ ୱେଲଫେୟାର ଆସୋସିଏଶନ ସଦସ୍ୟମାନେ ଗୋପୀ ଓ ତାଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?