ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଶିଶୁବାଟିକାରେ ନିଯୁକ୍ତି ହେବେ ଶିଶୁ ସେବିକା: ଦରମା ମିଳିବ…

ଭୁବନେଶ୍ୱର,୨୯।୬: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ନେଇଛନ୍ତି।ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲୁକା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି ଦେବେ । ଏହାଦ୍ୱାରା ପ୍ରାକ-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି। ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।
 ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଜତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।
ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ ।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri