ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଶିଶୁବାଟିକାରେ ନିଯୁକ୍ତି ହେବେ ଶିଶୁ ସେବିକା: ଦରମା ମିଳିବ…

ଭୁବନେଶ୍ୱର,୨୯।୬: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ନେଇଛନ୍ତି।ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲୁକା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି ଦେବେ । ଏହାଦ୍ୱାରା ପ୍ରାକ-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି। ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।
 ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଜତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।
ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ ।

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri