ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଶିଶୁବାଟିକାରେ ନିଯୁକ୍ତି ହେବେ ଶିଶୁ ସେବିକା: ଦରମା ମିଳିବ…

ଭୁବନେଶ୍ୱର,୨୯।୬: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ନେଇଛନ୍ତି।ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲୁକା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି ଦେବେ । ଏହାଦ୍ୱାରା ପ୍ରାକ-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି। ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।
 ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଜତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।
ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ ।

Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର...

ସରିଲା ଟେଣ୍ଡର ପ୍ରକ୍ରିୟା: ଏଥର ଆସିବ ୪୩୨ ଆମ୍ବୁଲାନ

ଭୁବନେଶ୍ୱର,୧୪।୭: ୧୦୮ ଆମ୍ବୁଲାନ୍ସ ପାଇଁ ସୋମବାର ଟେଣ୍ଡର ପ୍ରକ୍ରିୟା ସରିଛି।ତେବେ କାଗଜପତ୍ର ପାଇଁ ଆଉ ସପ୍ତାହେ ଲାଗିବ। ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ...

ଫାଟିଲା ଜଳ ଯୋଗାଣ ପାଇପ: ୫୦ ଫୁଟ ଉଚ୍ଚରେ ଉଠୁଛି ପାଣି, ଲୋକେ…

ଭୁବନେଶ୍ୱର,୧୪।୭: ଜୟଦେବ ଭବନ ଆଗରେ ପାନୀୟ ଜଳ ଯୋଗାଣ ପାଇପ ସୋମବାର ଫାଟିଛି। ମୁଖ୍ୟ ପାଇପ ଫାଟିବାରୁ ୫୦ ଫୁଟ ଉଚ୍ଚରେ ପାଣି ଉଠୁଛି ।...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ

ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ମାମଲାରେ FM କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ, ସମଗ୍ର ଦେଶରେ ବଦନାମ ହେଲା ଓଡିଶା

ବାଲେଶ୍ୱର,୧୪।୭: ବାଲେଶ୍ୱର ଜିଲାର ଫକୀର ମୋହନ (ଏଫଏମ) ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାକୁ ନେଇ ଚାଞ୍ଚଲ୍ୟ ଜାରି ରହିଥିବା ବେଳେ ନିଲମ୍ବିତ ପ୍ରିନ୍ସିପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri