Posted inଖେଳ

ରାଇନାଙ୍କ ସମ୍ପର୍କୀୟଙ୍କୁ ହତ୍ୟା ଘଟଣାରେ ଏସ୍‌ଆଇଟିର ଯାଞ୍ଚ୍‌

ନୂଆଦିଲ୍ଲୀ,୨।୯(ପି.ଟି.): ଭାରତୀୟ ପୂର୍ବତନ କ୍ରିକେଟର ସୁରେଶ ରାଇନାଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯିବା ପରେ ଏବେ ସାରା ଦେଶରେ ଚର୍ଚ୍ଚା ହୋଇଛି। ଏହି ହତ୍ୟା ମମଲାର ତଦନ୍ତ ପାଇଁ ପଞ୍ଜାବ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପଞ୍ଜାବରେ କିଛିଦିନ ତଳେ ରାଇାନଙ୍କ ଦାଦା ଓ ଖୁଡୀଙ୍କ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ରାଇନାଙ୍କ ଦାଦା ଓ ତାଙ୍କ ସମ୍ପର୍କୀୟ ଭାଇ ପ୍ରାଣ ହରାଇଥିଲେ। ପରିବାରର ଏକାଧିକ ସଦସ୍ୟ ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ପଞ୍ଜାବରେ ମୋ ପରିବାର ସହ ଯାହା ଘଟିଲା ତାହା ନିହାତି ଭୟଙ୍କର। ମୋ ଦାଦାଙ୍କୁ ତଣ୍ଟି କାଟି ନିର୍ମମଭାବେ ହତ୍ୟା କାରଯାଇଛି। ମୋ ପିଉସୀ ଓ ଭାଇ ମଧ୍ୟ ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି। ଭାଇ ମଧ୍ୟ ଗତ ରାତିରେ ମୃତ୍ୟୁବରଣ କରିଥିବା ରାଇନା କହିଛନ୍ତି। ପଞ୍ଜାବର ପଠାନକୋଟ ଜିଲାର ଥାରିଆଲ ଗାଁରେ ରହୁଥିବା ରାଇନାଙ୍କ ପରିବାର ଉପରେ ଅଗଷ୍ଟ ୧୯ ଓ ୨୦ ତାରିଖରେ ଆକ୍ରମଣ ହୋଇଥିଲା। କ’ଣ ପାଇଁ ଦୁର୍ବୃତ୍ତମାନେ ଆକ୍ରମଣ କଲେ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ତଦନ୍ତ ପାଇଁ ପଞ୍ଜାବ ପୋଲିସକୁ ଅନୁରୋଧ କରିଛି। କେଉଁମାନେ ଓ କେଉଁ କାରଣ ପାଇଁ ଏହି ଘଟଣା ଘଟାଇଛନ୍ତି ତାହା ଜାଣିବା ଦରକାର। ଅପରାଧୀମାନଙ୍କୁ ଖସିଯିବାକୁ ଦିଆଯିବ ନାହିଁ ବୋଲି ରାଇନା କହିଛନ୍ତି।
ଅନପଟେ ଏହି ଘଟଣାରେ ପଞ୍ଜାବ ପୋଲିସ ଆକ୍ସନ ନେବା ଆରମ୍ଭ କରିଛି। ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଏହି ଘଟଣାରେ ଯାଞ୍ଚ୍‌ କରୁଛି ବୋଲି ପୋଲିସ୍‌ ତରଫରୁ ସୂଚନା ଦିଆଯାଇଛି। ପୋଲିସ ଏକାଧିକ ସ୍ଥାନରେ ଚଢାଉ କରିଛି ବୋଲି ପଠାନକୋଟ ଏସ୍‌ପି ପ୍ରଭଜୋଜ୍‌ ସିଂ କହିଛନ୍ତି। ପୂର୍ବରୁ ରାଇନା ଟୁଇଟ୍‌ କରି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂ ଓ ପୋଲିସକୁ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁରୋଧ କରିଥିଲେ।
ଅଗଷ୍ଟ ୧୫ ତାରିଖରେ ରାଇନା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ସେ ମଧ୍ୟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆସନ୍ତ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯିବାର ନିଷ୍ପତ୍ତି ନେଇଛନ୍ତି। ଏହାର କାରଣ ନେଇ ବିଭିନ୍ନ ଆକଳନ କରାଯାଉଛି ତେବେ ଏ ନେଇ ସ୍ପଷ୍ଟ ଭାବେ କିଛି କୁହାଯାଇନାହିଁ। ଉଲ୍ଲେଖଥାଉ କି, ରାଇନା ଭାରତ ତରଫରୁ ପ୍ରତିନିଧିତ୍ୱ କରି ୧୮ ଟେଷ୍ଟ, ୨୨୬ ଦିନିକିଆ ଓ ୭୮ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri