Posted inଜାତୀୟ

ଲଖିମପୁର ଖେରି ହିଂସା ଘଟଣାର ସିନ୍ ରିକ୍ରିଏଶନ

ଲକ୍ଷ୍ନୌ,୧୪ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାକୁ ନେଇ ଗୁରୁବାର ଏସ୍‌ଆଇଟି ଟିମ୍ ଯାଞ୍ଚ ଆରମ୍ଭ କରିଛନ୍ତି । ଗୁରୁବାର ଏହି ଟିମ୍ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଘଟଣାସ୍ଥଳରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା, ଅଙ୍କିତ ଦାସ ପ୍ରମୁଖଙ୍କୁ ନେଇ ପହଞ୍ଚିଛି ଏସ୍‌ଆଇଟି ଟିମ୍ । ସେଠାରେ ଘଟଣାର ସିନ୍ ରିକ୍ରିଏଟ କରାଯାଇଛି । ସିନ୍ ରିକ୍ରିଏଟ କରି ଏସଆଇଟି ଘଟଣା ସହ ଜଡିତ ସମସ୍ତ ତଥ୍ୟ ଜାଣିବାକୁ ଚେଷ୍ଟା କରିଛି । ସିନ୍ ରିକ୍ରିଏଟ ପୂର୍ବରୁ ଏହି ଘଟଣାକୁ ନେଇ ଏସ୍‌ଆଇଟି ଟିମ୍ ଅଭିଯୁକ୍ତଙ୍କୁ ଘଣ୍ଟା ଘଣ୍ଟା ଧରି ପଚରା ଉଚରା କରିଛି । ସୂଚନାଯୋଗ୍ୟ, ଅକ୍ଟୋବର ୩ରେ ଚାଷୀଙ୍କ ଆନ୍ଦୋଳନ ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ର ଏମାନଙ୍କ ଉପରେ ଗାଡି ମଡାଇ ଦେବାରୁ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା । ଏବେ ଏହି ଘଟଣାକୁ ନେଇ ସାରା ଦେଶରେ ରାଜନୀତି ହୋଇଛି ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri