ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ ସୂଚନା ଦେଇଛନ୍ତି। ୫ଜଣିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏହି ଟିମ୍‌ ଗଠନ କରାଯାଇଛି। ପୋଲିସ ଆଇଜି ଅରୁଣ ବୋଥ୍ରା ଟିମ୍‌ର ମୁଖ୍ୟ ଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍‌ପି ଆର.କେ. ଦୋରା, ଏଏସ୍‌ପି ଆର. ସି. ଥାମ୍ବା, ଇନ୍ସପେକ୍ଟର ନରେନ୍ଦ୍ର ବେହେରା, କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ମମତା ରାଣୀ ପଣ୍ଡା ସଦସ୍ୟ ରହିଛନ୍ତି। ଏସ୍‌ଆଇଟି ତଦନ୍ତ ପ୍ରକ୍ରିୟାକୁ ହାଇକୋର୍ଟଙ୍କ ଜଣେ କାର୍ଯ୍ୟରତ ବିଚାରପତିଙ୍କ ମାଧ୍ୟମରେ ମନିଟରିଂ କରାଯିବ। ଏନେଇ ଅନୁମତି ଦେବା ଲାଗି ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଅନୁରୋଧ କରାଯାଇଛି। ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଏ ସମ୍ପର୍କରେ ଚିଠି ଲେଖି ଅବଗତ କରିଛନ୍ତି।

ପରୀ ହତ୍ୟା ମାମଲାରେ ଲଗାତର ତୃତୀୟଦିନ ପାଇଁ ବିଧାନସଭା ଅଚଳ ରହିଥିଲା। ବିଧାନସଭାରେ ଅଚଳାବସ୍ଥା ଲାଗି ରହିବାରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀ ହତ୍ୟା ଘଟଣାରେ ଆବଶ୍ୟକ ପଡ଼ିଲେ ଏସ୍‌ଆଇଟି ତଦନ୍ତ କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଥିଲେ। ହେଲେ ଶନିବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଆରୁଖ ସୂଚନା ଦେଇ ଘଟଣାର ତଦନ୍ତ ପାଇଁ ଏସ୍‌ଆଇଟି ଗଠନ କରାଯାଇଥିବା କହିଛନ୍ତି। ଅଦାଲତଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କାର୍ଯ୍ୟ ଆରମ୍ଭ କରିବ। ଏସ୍‌ଆଇଟି ତଦନ୍ତ ପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖାଯାଇଥିବା ଏକ ବିଜ୍ଞପ୍ତିକୁ ଗୃହରେ ଉପସ୍ଥାପନ କରି ଆରୁଖ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ଏହି ମାମଲାର ଦତନ୍ତ ଦାୟିତ୍ୱ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ତେବେ କ୍ରାଇମବ୍ରାଞ୍ଚ ତଦନ୍ତ ହେଲେ ସେଥିରେ ସରକାରଙ୍କ ହସ୍ତକ୍ଷେପ ରହିବ ବୋଲି କଂଗ୍ରେସ ଓ ଭାଜପା ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା। ରାଜ୍ୟ ସରକାର ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କରାଇବାକୁ କଂଗ୍ରେସର ବରିଷ୍ଠ ବିଧାୟକ ନରସିଂହ ମିଶ୍ର ବାରମ୍ବାର ଗୃହରେ ଦାବି କରିଆସୁଥିଲେ। ଅପରପକ୍ଷରେ ଘଟଣାର ଏସ୍‌ଆଇଟି ନୁହେଁ ସିବିଆଇ ତଦନ୍ତ କରାଯିବାକୁ ଭାଜପା ଦାବି କରି ଆସୁଛି।
ପ୍ର

କାଶ ଯେ, ପରୀ ମାମଲାରେ ଏସ୍‌ଆଇଟି ତଦନ୍ତର ନେତୃତ୍ୱ ନେଉଥିବା ଆଇଜି ବୋଥ୍ରା ପୂର୍ବରୁ ଅନେକ ମାମଲାର ତଦନ୍ତ କରିଛନ୍ତି। ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ଏସ୍‌ଆଇଟି ତଦନ୍ତ ଭାର ନେଇ ବୋଥ୍ରା ମାଷ୍ଟର ମାଇଣ୍ଡଙ୍କୁ ଧରିବାରେ ସଫଳ ହୋଇଥିଲେ। ସେହିପରି ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଅପରାଧ ସାମ୍ରାଜ୍ୟର ଲିଙ୍କ୍‌ ଓ ଆର୍ଥତ୍କ କାରବାରର ଖୋଳତାଡ଼ କରିଥିଲେ ବୋଥ୍ରା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri