ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ ସୂଚନା ଦେଇଛନ୍ତି। ୫ଜଣିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏହି ଟିମ୍‌ ଗଠନ କରାଯାଇଛି। ପୋଲିସ ଆଇଜି ଅରୁଣ ବୋଥ୍ରା ଟିମ୍‌ର ମୁଖ୍ୟ ଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍‌ପି ଆର.କେ. ଦୋରା, ଏଏସ୍‌ପି ଆର. ସି. ଥାମ୍ବା, ଇନ୍ସପେକ୍ଟର ନରେନ୍ଦ୍ର ବେହେରା, କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ମମତା ରାଣୀ ପଣ୍ଡା ସଦସ୍ୟ ରହିଛନ୍ତି। ଏସ୍‌ଆଇଟି ତଦନ୍ତ ପ୍ରକ୍ରିୟାକୁ ହାଇକୋର୍ଟଙ୍କ ଜଣେ କାର୍ଯ୍ୟରତ ବିଚାରପତିଙ୍କ ମାଧ୍ୟମରେ ମନିଟରିଂ କରାଯିବ। ଏନେଇ ଅନୁମତି ଦେବା ଲାଗି ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଅନୁରୋଧ କରାଯାଇଛି। ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଏ ସମ୍ପର୍କରେ ଚିଠି ଲେଖି ଅବଗତ କରିଛନ୍ତି।

ପରୀ ହତ୍ୟା ମାମଲାରେ ଲଗାତର ତୃତୀୟଦିନ ପାଇଁ ବିଧାନସଭା ଅଚଳ ରହିଥିଲା। ବିଧାନସଭାରେ ଅଚଳାବସ୍ଥା ଲାଗି ରହିବାରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀ ହତ୍ୟା ଘଟଣାରେ ଆବଶ୍ୟକ ପଡ଼ିଲେ ଏସ୍‌ଆଇଟି ତଦନ୍ତ କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଥିଲେ। ହେଲେ ଶନିବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଆରୁଖ ସୂଚନା ଦେଇ ଘଟଣାର ତଦନ୍ତ ପାଇଁ ଏସ୍‌ଆଇଟି ଗଠନ କରାଯାଇଥିବା କହିଛନ୍ତି। ଅଦାଲତଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କାର୍ଯ୍ୟ ଆରମ୍ଭ କରିବ। ଏସ୍‌ଆଇଟି ତଦନ୍ତ ପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖାଯାଇଥିବା ଏକ ବିଜ୍ଞପ୍ତିକୁ ଗୃହରେ ଉପସ୍ଥାପନ କରି ଆରୁଖ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ଏହି ମାମଲାର ଦତନ୍ତ ଦାୟିତ୍ୱ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ତେବେ କ୍ରାଇମବ୍ରାଞ୍ଚ ତଦନ୍ତ ହେଲେ ସେଥିରେ ସରକାରଙ୍କ ହସ୍ତକ୍ଷେପ ରହିବ ବୋଲି କଂଗ୍ରେସ ଓ ଭାଜପା ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା। ରାଜ୍ୟ ସରକାର ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କରାଇବାକୁ କଂଗ୍ରେସର ବରିଷ୍ଠ ବିଧାୟକ ନରସିଂହ ମିଶ୍ର ବାରମ୍ବାର ଗୃହରେ ଦାବି କରିଆସୁଥିଲେ। ଅପରପକ୍ଷରେ ଘଟଣାର ଏସ୍‌ଆଇଟି ନୁହେଁ ସିବିଆଇ ତଦନ୍ତ କରାଯିବାକୁ ଭାଜପା ଦାବି କରି ଆସୁଛି।
ପ୍ର

କାଶ ଯେ, ପରୀ ମାମଲାରେ ଏସ୍‌ଆଇଟି ତଦନ୍ତର ନେତୃତ୍ୱ ନେଉଥିବା ଆଇଜି ବୋଥ୍ରା ପୂର୍ବରୁ ଅନେକ ମାମଲାର ତଦନ୍ତ କରିଛନ୍ତି। ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ଏସ୍‌ଆଇଟି ତଦନ୍ତ ଭାର ନେଇ ବୋଥ୍ରା ମାଷ୍ଟର ମାଇଣ୍ଡଙ୍କୁ ଧରିବାରେ ସଫଳ ହୋଇଥିଲେ। ସେହିପରି ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଅପରାଧ ସାମ୍ରାଜ୍ୟର ଲିଙ୍କ୍‌ ଓ ଆର୍ଥତ୍କ କାରବାରର ଖୋଳତାଡ଼ କରିଥିଲେ ବୋଥ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri