ଦଦରା ଚାଳ ଛପର ଘରେ ବିତୁଛି ସୀତାଙ୍କ ଜୀବନ

ମହାକାଳପଡ଼ା,୨୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପରିଣତ ବୟସରେ ସମାଜରେ ବହୁ ଅସହାୟ ବୃଦ୍ଧାବୃଦ୍ଧମାନେ ଅଛନ୍ତି ଦୁଇ ଓଳିରେ ଦୁଇ ମୁଠା ଖାଇବାକୁ ପାଉ ନାହାନ୍ତି। ପରିଣତ ବୟସରେ ନିଜ ଜନ୍ମ କଲା ପୁଅମାନେ ପର କରିବା ପରେ ଅତି ଅସହାୟ ଭାବେ ଜୀବନ ଜିଇଁବାକୁ ସଂଗ୍ରାମ କରିବାକୁ ପଡୁଛି। ଜଣେ ଅସହାୟ ଆଦିବାସୀ ବୃଦ୍ଧା ଦଦରା ଚାଳ ଛପର ଘରେ ଜୀବନ ବିତାଉଥିବା ବେଳେ ତାଙ୍କ ଭତ୍ତା ମଧ୍ୟ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏଭଳି ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁରା ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ସାନ୍ତାଳିପଡ଼ା ପାଣିଖିଆର ସୀତା ହେମ୍ବ୍ରମ (୬୫)ଙ୍କ କ୍ଷେତ୍ରରେ। ଆଖିକୁ ଭଲ ସେ ଦିଶୁନି। କିଛିବର୍ଷ ପୂର୍ବେ ସ୍ବାମୀ ପିରୁ ହେମ୍ବ୍ରମଙ୍କ ମଅତ୍ୟୁ ପରେ ସୀତାଙ୍କ ଦୁଇଗୁଣ ଦୁଃଖ କଷ୍ଟ ବଢ଼ି ଯାଇଛି। ନିଜ ଜନ୍ମ କଲା ୨ ପୁଅ ପର କରି ଅଲଗା ରହୁଛନ୍ତି। ହେଲେ ସୀତା ଦୁଃଖ କଷ୍ଟରେ ଜୀବନ ଅତିବାହିତ କରୁଛନ୍ତ। ନିକଟ ରେ ଘଞ୍ଚ ଜଙ୍ଗଲ ଥିବାରୁ ସାରେ ସରୀସୃପ ଓ ବନ୍ୟ ଜୀବଜନ୍ତୁଙ୍କ ଉପଦ୍ରବ ଦେଖିବାକୁ ମିଳୁଛି। ଯେଉଁ ନୁଅଁାଣିଆ ଚାଳ ଝୁମ୍ପୁଡ଼ି ଘରେ ସୀତା ରହୁଛନ୍ତି ବର୍ଷାଦିନରେ ଅତି ଦହନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ସୀତାଙ୍କ ରାଶନ କାର୍ଡ, ଆବାସ ଯୋଜନା ଗୃହ ନାହିଁ, ବିଧବା ଭତ୍ତା ସାତ ସପନ ପଲଟିଛି। ମାଲିକ ଘରେ ପରିଣତ ବୟସ ରେ ଘର ପାଇଟି କାମ କରି ନିଜ ପେଟ ଚାଖଣ୍ଡେ ପୋଷୁଛନ୍ତି। ଯାହା ଖୁଦ ଚାଉଳ ମିଳେ ଘରକୁ ନେଇ ହାଣ୍ଡିରେ ଫୁଟାଇ ପଖାଳ ଭାତ ସାଙ୍ଗକୁ ଜଙ୍ଗଲି ଶାଗ ଖାଇ ଜୀବନ ବିତାଉଛନ୍ତି। ଅପର ପକ୍ଷରେ ସୀତା ନିରକ୍ଷର ହୋଇଥିବାରୁ ସରକାରୀ ଯୋଜନା ପହଞ୍ଚତ୍ ପାରୁନି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ସରକାରୀ ଜନ କଲ୍ୟାଣ ମୂଳକ ଯୋଜନା ଏହି ସାନ୍ତାଳିପଡ଼ାରେ ପହଞ୍ଚତ୍ ପାରୁନି ବୋଲି ଗ୍ରାମର ଲୋକେ କହିଛନ୍ତି। ଏହି ସାନ୍ତାଳିପଡ଼ାରେ ୫୦ପରିବାରର ୨୦୦ ଲୋକ ବସବାସ କରୁଥିବା ଜଣାପଡ଼ୁଛି। ଏମାନଙ୍କ ମୂଳ ବାସିନ୍ଦା ମୟୂରଭଞ୍ଜ ଜିଲାର ଠାକୁରମୁଣ୍ଡା, ବୈସିଙ୍ଗୀ, କପ୍ତିପଦା, ରାଇରଙ୍ଗପୁର, ବହଳଦା, ବାରିପଦା, ଉପରବେଢ଼ା, କରଞ୍ଜିଆ ଆଦି ଅଞ୍ଚଳରୁ ଶହେ ବର୍ଷ ପୂର୍ବେ ପୂର୍ବଜମାନେ ଆସି ବସବାସ କରୁଥିବା ଏମାନେ କହିଛନ୍ତି। ଏହି ଅସହାୟ ଗରିବ ସୀତା ହେମ୍ବ୍ରମଙ୍କୁ ଆବାସ ଯୋଜନା ଗୃହ, ବିଧବା ଭତ୍ତା, ରାଶନ କାର୍ଡ ଯୋଗାଇ ଦେବାକୁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ସୁନା ମାରାଣ୍ଡି , ବାଣ୍ଠୁ ମଣ୍ଡଳ , ଚରଣ ଟୁଡୁ, ଶଙ୍କର ମାରାଣ୍ଡି, ଜୟରାମ ମଣ୍ଡଳ, ଲବ ମାରାଣ୍ଡି, କୁସ ମାରାଣ୍ଡି ପ୍ରମୁଖ ଦାବି କରିଛନ୍ତି। ତୁରନ୍ତ ଜିଲା ପ୍ରଶାସନ ହସ୍ତକ୍ଷେପ କରିବା ପାଇଁ ପଡ଼ାର ଲୋକମାନେ ଦାବି କରିଛନ୍ତି। ଦୁର୍ଦ୍ଦିନରେ ଜୀବନ ବିତାଉଥିବା ବୃଦ୍ଧାଙ୍କ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri