ପ୍ରଫୁଲ୍ଲଙ୍କ ସହ ଲଢ଼ିବେ ସୀତାଂଶୁ

ଭଦ୍ରକ,୩ା୪(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ଏଥର ନୂଆଁମୁହଁକୁ ଭରସା କରିଛି ଭାଜପା। ଜିଲାର ଜଣାଶୁଣା ସାମାଜିକ ସଙ୍ଗଠନ ଶହୀଦ ଭଗତ ସେନାର ଆବାହକ ସୀତାଂଶୁ ଶେଖର ମହାପାତ୍ର ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ଗତ ଜାନୁୟାରୀରେ ସୀତାଂଶୁ ଭାଜପାରେ ସାମିଲ ହେବା ପରେ ତାଙ୍କୁ ଟିକେଟ ମିଳିବ ବୋଲି ଚର୍ଚ୍ଚା ହେଉଥିଲା। ଆଗାମୀ ନିର୍ବାଚନରେ ଭଦ୍ରକ ବିଧାନସଭା ଆସନରେ ସୀତାଂଶୁ ଓ ବିଜେଡିର ଭେଟେରାନ ନେତା ପ୍ରଫୁଲ୍ଲ ସାମଲଙ୍କ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।
ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ବିଜେଡି ଭଣ୍ଡାରିପୋଖରୀ ବିଧାନସଭା ଆସନ ପାଇଁ ପ୍ରାର୍ଥୀ କରିଥିବା ବେଳେ ପ୍ରଫୁଲ୍ଲଙ୍କୁ ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ପ୍ରାର୍ଥୀ କରାଯାଇଛିି। ପ୍ରଫୁଲ୍ଲ ପୂର୍ବରୁ ଭଦ୍ରକ ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ଏହା ତାଙ୍କର ପୁରୁଣା କ୍ଷେତ୍ର। ସମସ୍ତ ଦଳୀୟ ଅସନ୍ତୋଷର ଅନ୍ତଃ ଘଟାଇ ପ୍ରଫୁଲ୍ଲ ସମସ୍ତଙ୍କୁ ଏକତ୍ର କରି ନିର୍ବାଚନ ଲଢ଼ିବାକୁ ରଣନୀତି କରୁଥିବା ଦେଖାଯାଉଛି।
ସୀତାଂଶୁ ଶହୀଦ ଭଗତସେନା ସଙ୍ଗଠନ ଜରିଆରେ ଗରିବ, ଅସହାୟଙ୍କୁ ସେବା ଯୋଗାଇ ଭଦ୍ରକବାସୀଙ୍କ ପ୍ରିୟଭାଜନ ହୋଇଥିବା ଲୋକେ କୁହାକୁହି ହେଉଛନ୍ତି। କଂଗ୍ରେସ ପକ୍ଷରୁ ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇ ନ ଥିବାବେଳେ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଆଲୋଚନା ହେଉଛି। ସୀତାଂଶୁଙ୍କୁ ବିଧାୟକ ପ୍ରାର୍ଥୀ ଘୋଷଣା ପରେ ଶହୀଦ ଭଗତ ସେନା ସହ ଯୁବ ସମର୍ଥକମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଟିକେଟ ଦେଇଥିବାରୁ ସୀତାଂଶୁ ପ୍ରଧାନମନ୍ତ୍ରୀ ଓ ରାଜ୍ୟ ସଭାପତିଙ୍କୁ ଧନ୍ୟବାଦ ଜଣାଇବା ସହ ଭଦ୍ରକବାସୀ ତାଙ୍କ ପାଇଁ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?