Posted inଜାତୀୟ

ନୂଆ ସଂସଦର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ପୁର୍ନବିଚାର କରିବାକୁ କହିଲେ ସୀତାରମଣ

ନୂଆଦିଲ୍ଲୀ,୨୫।୫: ୨୮ ମେ’ରେ ହେବାକୁ ଥିବା ନୂଆ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପୁର୍ନବିଚାର କରିବାକୁ ବିରୋଧୀ ଦଳଙ୍କୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି, ଏହା ଗଣତନ୍ତ୍ରର ମନ୍ଦିର ଅଟେ। ୨୮ ମେ’ରେ ନୂତନ ସଂସଦ ଭବନର ଉଦ୍‌ଘାଟନ ପାଇଁ ତାମିଲନାଡୁର ୨୦ଜଣ ଆଦିନମ (ମହନ୍ତ)ଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ଅବସରରେ ବ୍ରିଟିଶମାନଙ୍କଠାରୁ ଶକ୍ତି ହସ୍ତାନ୍ତରର ପ୍ରତୀକ ଭାବରେ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ଦିଆଯାଇଥିବା ଆନୁଷ୍ଠାନିକ ରାଜଦଣ୍ଡ ‘ସେଙ୍ଗୋଲ’ ମଧ୍ୟ ସ୍ଥାପନ କରାଯିବ।

ସେ କହିଛନ୍ତି, ଆଶ୍ଚର୍ଯ୍ୟଜନକ ଯେ ରାଷ୍ଟ୍ରପତିଙ୍କୁ ସମାଲୋଚନା କରିଥିବା ଲୋକମାନେ ବର୍ତ୍ତମାନ ହଠାତ୍‌ ତାଙ୍କ ପାଇଁ କଥା ହେଉଛନ୍ତି। ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରୁଥିବା ଅନେକ ରାଜନୈତିକ ଦଳ ବିଷୟରେ ତାଙ୍କ ମନ୍ତବ୍ୟ ବିଷୟରେ ପଚରାଯିବାରୁ ସେ ଉତ୍ତର ଦେଇ କହିଛନ୍ତି ଯେ, ସଂସଦ ହେଉଛି ଗଣତନ୍ତ୍ରର ମନ୍ଦିର ଏବଂ ଏହି ଦଳଗୁଡିକ ସେମାନଙ୍କର ନିଷ୍ପତ୍ତିର ପୁର୍ନବିଚାର କରିବା ସହ ସମାରୋହରେ ଯୋଗଦେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?