ମଧ୍ୟବିତ୍ତଙ୍କ ପାଇଁ ବଜେଟ୍‌ରେ କ’ଣ ଅଛି? ଅର୍ଥମନ୍ତ୍ରୀଙ୍କ ପ୍ରତିକ୍ରିୟା ଭାଇରାଲ୍

ନୂଆଦିଲ୍ଲୀ,୨।୨: କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ମଧ୍ୟବିତ୍ତ ଶ୍ରେଣୀଙ୍କ ପାଇଁ କୌଣସି ବଡ଼ ଧରଣର ରିହାତି ମିଳିନଥିବା ବେଳେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ବିଶେଷ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭିଡିଓ ଭାଇରାଲ୍ ହେବା ପରେ ନେଟିଜେନ୍ସଙ୍କ ମଧ୍ୟରେ ଏକ ‘ମିମ୍ ୱାର’ ଆରମ୍ଭ ହୋଇଯାଇଛି। ବଜେଟ୍ ପରବର୍ତ୍ତୀ ଏକ ଖବରଦାତା ସମ୍ମିଳନୀରେ ଜଣେ ଖବରଦାତା “ମଧ୍ୟବିତ୍ତ ଶ୍ରେଣୀଙ୍କ ପାଇଁ ଏହି ବଜେଟ୍‌ରେ କ’ଣ ଅଛି?” ବୋଲି ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଅର୍ଥମନ୍ତ୍ରୀ ହଠାତ୍ ଅଳ୍ପ ହସି ‘ଆହା’ (Aww) କହି ଅନ୍ୟ ଏକ ପ୍ରସଙ୍ଗକୁ ଆଲୋଚନା ମୋଡ଼ି ଦେଇଥିଲେ, ଯାହାକୁ ନେଇ ଏବେ ସରଗରମ ଆଲୋଚନା ଚାଲିଛି।

ଚଳିତ ବଜେଟ୍‌ରେ ଆୟକର ସ୍ଲାବ୍ ଏବଂ ହାରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ବେତନଭୋଗୀ କର୍ମଚାରୀମାନେ ଟିକସ ରିହାତି ଆଶା କରୁଥିବା ବେଳେ ଷ୍ଟାଣ୍ଡାର୍ଡ ଡିଡକ୍ସନ୍ ମଧ୍ୟ ୨,୭୫,୦୦୦ ଟଙ୍କାରେ ଅପରିବର୍ତ୍ତିତ ରହିଛି। ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓକୁ ନେଇ ଜଣେ ବ୍ୟବହାରକାରୀ ଲେଖିଛନ୍ତି, “ତାଙ୍କ ପ୍ରତିକ୍ରିୟା ଦେଖି ଲାଗୁଛି ସେ ଯେମିତି କହୁଛନ୍ତି ‘ଓଃ.. ମୁଁ ତ ଭୁଲିଯାଇଥିଲି ଯେ ମଧ୍ୟବିତ୍ତ ବୋଲି କେହି ଜଣେ ଅଛନ୍ତି’।” ଅନ୍ୟପଟେ କିଛି ରିହାତି ମିଳିଛି, ଯେପରିକି ବିଦେଶୀ ଯାତ୍ରା ଓ ଚିକିତ୍ସା ପାଇଁ TCS ହାରକୁ ୨ ପ୍ରତିଶତକୁ ହ୍ରାସ କରାଯାଇଛି। ତେବେ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟୟ ବଢ଼ୁଥିବା ବେଳେ ବଡ଼ ଧରଣର ସଂସ୍କାର ଅଭାବରୁ ମଧ୍ୟବିତ୍ତ ବର୍ଗ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri