ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ ଜାଲ୍‌ କାଗଜପତ୍ର ବଳରେ ଠକେଇ ମାମଲାରେ ଅଭୟଙ୍କ ପୁଅ ଆକାଶ ମଧ୍ୟ ଗିରଫ ହୋଇ ୧୪ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ତେବେ ଯାଞ୍ଚବେଳେ ବହୁ କୋଟିର ବେଆଇନ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଏଥିସହ ଅଭୟକାନ୍ତ ତାଙ୍କ ଡ୍ରାଇଭର, ସମ୍ପର୍କୀୟ ଓ ଅନ୍ୟମାନଙ୍କ ନାମରେ ମଧ୍ୟ ବେଆଇନ ସମ୍ପତ୍ତି ଠୁଳ କରିଥିବା ଜଣାପଡିଛି। ତେଣୁ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ୨୦ ଜଣିଆ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରାଯାଇଛି। ଶନିବାର ଟିମ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ପରବର୍ତ୍ତୀ ପଦକ୍ଷେପ ନେଇ ବ୍ଲ୍ୟୁପ୍ରିଣ୍ଟ୍‌ ପ୍ରସ୍ତୁତ ହେବା ସହ ଖୋଳତାଡ଼ ଆରମ୍ଭ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳର ସବୁ ଦିଗକୁ ନେଇ କିପରି ତଦନ୍ତ କରାଯିବ ସେନେଇ ଆଲୋଚନା ହୋଇଛି।

ଏଣିକି ଆଇଏଫ୍‌ଏସ୍‌ ଅଫିସର ଓ ତାଙ୍କ ପରିବାର ଖର୍ଚ୍ଚ କରୁଥିବା କୋଟି କୋଟି ଟଙ୍କା କେଉଁଠୁ ଆସୁଥିଲା ତାହାର ଗୁମର ଖୋଲିବ। ସମସ୍ତ ବେଆଇନ ସମ୍ପତ୍ତି ଓ କାରବାରକୁ ଧରିବା ପାଇଁ ଏସ୍‌ଆଇଟି ଟିମ୍‌ ଅଭୟକାନ୍ତଙ୍କ ସମ୍ପର୍କୀୟ, ସହଯୋଗୀ, ବନ ଅଧିକାରୀ ଓ ବ୍ୟାଙ୍କ ଅଧିକାରୀଙ୍କୁ ତଦନ୍ତ ପରିସରଭୁକ୍ତ କରିବ। ସେମାନଙ୍କୁ ପଚରାଉଚରା କରି ବୟାନ ରେକର୍ଡ କରିବ। ଏହାସହ ଯେଉଁ ସଂସ୍ଥାଗୁଡିକରୁ ଦାମୀ ଗାଡ଼ି କ୍ରୟ କରାଯାଇଛି, ତାହାର ମଧ୍ୟ ଯାଞ୍ଚ ହେବ। ଏତଦ୍‌ ବ୍ୟତୀତ ପାଠକ କରିଥିବା ବିଭିନ୍ନ ଜମାରାଶିର ମଧ୍ୟ ଅନୁସନ୍ଧାନ ହେବ। ଗିରଫ ପୂର୍ବରୁ ଜବତ ହୋଇଥିବା ରେକର୍ଡ ଓ ଦଲିଲକୁ ଏସ୍‌ଆଇଟି ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ତେବେ ତଦନ୍ତରେ ସହାୟତା ପାଇଁ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବରେଟୋରିକୁ ସାମିଲ କରାଯାଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?