ମାଂସ ଖାଇବାକୁ ବସିଥିଲେ, ବାନ୍ଧିଲା ପୋଲିସ

କଣିହାଁ,୬।୨,(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କରି ଶନିବାର ରାତିରେ କୋର୍ଟଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀଙ୍କ ସୂଚନାରୁ ଜଣାଯାଏ ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ ଶନିବାର କିଛି ଦୁର୍ବୃତ୍ତ କୁକୁର ସହାୟତାରେ ଏକ କୁଟୁରାକୁ ଶିକାର କରିଥିଲେ । ବନାଞ୍ଚଳ ବିଭାଗର ପାଟ୍ରୋଲିଂ ଟିମ ଖବର ପାଇ ଜଙ୍ଗଲ ଭିତରେ ଚଢ଼ାଉ କରି ମୃତ କୁଟୁରାକୁ ଉଦ୍ଧାର କରିବା ସହିତ ୧୨ଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ଶିକାରୀମାନେ ପାଳଲହଡା ଉପଖଣ୍ଡ ଖମାର ଥାନା ଝାରକିଲିଣ୍ଡା ଗ୍ରାମର ୧୧ ଜଣ ହୋଇଥିବା ବେଳେ ପିଟା ଗ୍ରାମର ଜଣେ ବ୍ୟକ୍ତି ଅଟନ୍ତି । ସେମାନଙ୍କଠାରୁ ପାଞ୍ଚଟି ଟାଙ୍ଗିଆ ଜବତ କରାଯାଇଛି । କେସ ନମ୍ବର ୫୫/୨୨ରେ ମାମଲା ରୁଜ୍ଜୁ ହୋଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି । ମୃତ କୁଟୁରାକୁ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri