ଓଟ ପିଠିରେ ବସି ପ୍ରଚାର

ବାରିପଦା ଅଫିସ,୧୨ା୨: କରୋନା କଟକଣାକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏକାଧିକ ଲୋକଙ୍କୁ ନେଇ ସଭାସମିତି ଓ ରାଲିକୁ ବାରଣ କରାଯାଇଛି। ଫଳରେ ପ୍ରାର୍ଥୀମାନେ ନିର୍ବାଚନୀ ପ୍ରଚାର ପାଇଁ ଅଭିନବ ଉପାୟ ଅବଲମ୍ବନ କରୁଛନ୍ତି। ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ କେଉଟୁଣୀମାରୀ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଜୁନ ହାଁସଦା ନିଜ ନିର୍ବାଚନୀ ଚିହ୍ନ ଲଙ୍ଗଳକୁ କାନ୍ଧେଇ ଓଟ ପିଠିରେ ବସି ଗଁାକୁ ଗଁା ବୁଲି ପ୍ରଚାର କରୁଛନ୍ତି। ପିଲାଙ୍କଠାରୁ ବୟସ୍କ ପର୍ଯ୍ୟନ୍ତ ପ୍ରାର୍ଥୀଙ୍କୁ ଓଟ ଉପରେ ଦେଖିବା ପାଇଁ ଭିଡ଼ ଜମାଉଛନ୍ତି। ୧୮ଟି ରାଜସ୍ବ ଗ୍ରାମର ୧୩ ୱାର୍ଡକୁ ନେଇ ଗଠିତ କେଉଟୁଣୀମାରୀ ପଞ୍ଚାୟତର ମୋଟ ଭୋଟରଙ୍କ ସଂଖ୍ୟା ୬ହଜାର ୪୧୦। ଏଥର ଏଠାରୁ ୧୬ଜଣ ସରପଞ୍ଚ ଓ ୪ଜଣ ସମିତିସଭ୍ୟ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ପଞ୍ଚାୟତର ଭୋଟରମାନେ ଉପଯୁକ୍ତ ପ୍ରାର୍ଥୀ ଖୋଜୁଥିବା ବେଳେ ଅଞ୍ଚଳର ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳକୁ ନେଇ ବିଭିନ୍ନ ଦାବି ଉପସ୍ଥାପନ କରୁଛନ୍ତି। ପ୍ରାର୍ଥୀମାନେ ସମସ୍ତ ସମସ୍ୟାର ସମାଧାନ କରିବାକୁ ନିର୍ଭର ପ୍ରତିଶ୍ରୁତି ଦେଉଛନ୍ତି। ତେବେ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ସମାଜସେବାରେ ଦୀର୍ଘ ୧୫ବର୍ଷ ଧରି ନିୟୋଜିତ ଥିବା ବାଜୁନଙ୍କୁ ଭୋଟରମାନେ ନିଶ୍ଚୟ ଚୟନ କରିବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri