ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସ୍ଥିତି ଅନୁଧ୍ୟାନ

କୋକସରା,୪ା୩(ଡି.ଏନ୍‌.ଏ.): ରବିବାର କଳାହାଣ୍ଡି ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଆସି କୋକସରା ବ୍ଲକ ଆମପାଣିଠାରେ ବହୁ ପ୍ରତୀକ୍ଷିତ ବିଜୁ ଏକ୍ସପ୍ରେସ ଫୋର ଓ୍ବେ ରାସ୍ତା ଲୋକାର୍ପଣ କରିବେ। ଏନେଇ ଶନିବାର ପୂର୍ତ୍ତ ବିଭାଗ ପକ୍ଷରୁ କାର୍ଯ୍ୟ ସମ୍ପାଦନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ଟିକିନିଖି ପ୍ରସ୍ତୁତି କାର୍ଯ୍ୟ ଉପରେ ଜିଲା ପ୍ରଶାସନ ଓ ସ୍ଥାନୀୟ ନେତୃବୃନ୍ଦଙ୍କ କଡ଼ା ନଜର ରହିଛି। ବିଜେଡିର ତୁଙ୍ଗ ନେତାମାନେ ଘନଘନ ପରିଦର୍ଶନ କରିବା ସହ ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ଶନିବାର ବିଜେଡି ସାଙ୍ଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆମପାଣିଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସ୍ଥିତି ଯାଞ୍ଚ କରି ଫେରିଛନ୍ତି। ତାଙ୍କ ସହ ରାଜ୍ୟସଭା ଏମ୍‌ପି ସୁଜିତ କୁମାର, ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ଧର୍ମଗଡ଼ ବିଧାୟକ ମୋଷଧି ବାଗ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିସାରୀ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ପୋରାଧ୍ୟକ୍ଷା ଭବାନୀପାଟଣା ସଂଯୁକ୍ତା ବେହେରା, ଆମପାଣି ଜିଲା ପରିଷଦ ସଭ୍ୟ ହେମନ୍ତ ମାଝି, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ଅବିନାଶ ଠାକୁର, ରାଜ୍ୟ ସମାଜ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା କଲ୍ୟାଣୀ ନାଏକ, ଧର୍ମଗଡ଼ ବିଜ୍ଞାପିତ ଅଞ୍ଚଳ ଉପାଧ୍ୟକ୍ଷା ମନୀଷା ମିଶ୍ର, ପୂର୍ବତନ ଅଧ୍ୟକ୍ଷା ପୌର ପରିଷଦ ଧର୍ମଗଡ଼ ହୀରା ବାଗ, ବିଧାୟକ ପ୍ରତିନିଧି ମାନସ ରଞ୍ଜନ ବାଗ, ଜିଲ୍ଲା ବିଜେଡି ଯୁବ ସଭାପତି ଆଦିତ୍ୟ ନନ୍ଦ, ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ମଣ୍ଟୁ ନାଏକ, ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲ, ଯୁବନେତା ବିବେକ ମିଶ୍ର, ରାଜ୍ୟ ଲିଗାଲ ସେଲ ଉପଦେଷ୍ଟା ହରଜିନ୍ଦର ସିଂ, କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାଓ୍ବାର ସଚିନ ପ୍ରକାଶ, ଧର୍ମଗଡ଼ ଉପଜିଲାପାଳ ବେଦ ଭୂଷଣ, କୋକସରା ବିଡିଓ ଦେବବ୍ରତ କରାଟି,ପୂର୍ତ୍ତବିଭାଗର ନିର୍ବାହୀ ଅଧିକାରୀ ଭୁବନେଶ୍ୱର ଶବର, ଯନ୍ତ୍ରୀ ନବଘନ ବେହେରା ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଅଞ୍ଚଳର ଜନସାଧାରଣ ମଧ୍ୟ ଉତ୍ସାହିତ ରହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଳାହାଣ୍ଡିର ରାଜନୀତି ଚଳଚଞ୍ଚଳ ହୋଇଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?