୧୦ ଜିଲାରେ ସ୍ଥିତି ସାଂଘାତିକ

ଭୁବନେଶ୍ୱର,୧୩ା୮(ଅନିଲ ଦାସ) ଗତ ଜୁଲାଇ ୩୦ରେ ହୋଇଥିବା ଲଘୁଚାପ ଯୋଗୁ ଅଗଷ୍ଟ ମାସର ପ୍ରଥମ ସପ୍ତାହରେ ବର୍ଷା ହେଲା। କିଛି ଜିଲାରେ ଅଧିକ ବର୍ଷା ହୋଇଥିବା ବେଳେ ଆଉ କେତେକ ଜିଲାରେ ବିଲ ପଡ଼ିଆ ପଡ଼ିଛି। ଧାରା ଶ୍ରାବଣରେ ମଧ୍ୟ ବର୍ଷା ଟୋପାଏ ନାହିଁ। ରାଜ୍ୟରୁ ମୌସୁମୀ ବର୍ଷା ଏକପ୍ରକାର ଗାଏବ ହୋଇଯାଇଛି। ଅନ୍ୟପକ୍ଷରେ ପ୍ରବଳ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି।
ଅନେକ ଜିଲାର ଅଧିକାଂଶ ବ୍ଲକରେ ଏ ପର୍ଯ୍ୟନ୍ତ ଧାନତଳି ରୁଆ ହୋଇ ପାରିଲା ନାହିଁ। ଆକାଶକୁ ଚାହିଁ ବସିଛନ୍ତି ଚାଷୀ। ବର୍ଷ ସାରା ଖୋରାକ ଯୋଗାଡ଼ ହେବ କି ନାହିଁ ସେହି ଚିନ୍ତା ଏବେ ଚାଷୀ ମନକୁ ଆନ୍ଦୋଳିତ କରୁଛି।
ଅନ୍ୟପକ୍ଷରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟରେ କୌଣସି ବଡ଼ ବର୍ଷାର ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୬ ଏବଂ ୧୭ ଦୁଇଦିନ ଧରି ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ମୋଟାମୋଟି ଭାବେ ମାସ ଶେଷ ଯାଏ ଧାନ ଜମିରେ ପାଣି ହେବା ଭଳି ବର୍ଷାର ଆକାର ଜଣାପଡୁ ନାହିଁ।
ଚାଷ କେମିତି ହେବ ସେଇ ଚିନ୍ତା ଚାଷୀଙ୍କୁ ଘାରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ପହିଲାରୁ ଅଗଷ୍ଟ ୧୨ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୬୯୮.୪ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୬୫୩.୯ ମିଲିମିଟର। ସମଗ୍ର ରାଜ୍ୟରେ ୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ବର୍ଷାଭାବରୁ ରାଜ୍ୟର ଅନେକ ବ୍ଲକ ଏବେ ଭୟଙ୍କର ମରୁଡି ପରିସ୍ଥିତିର ସମ୍ମୁଖୀନ ହେବାକୁ ଯାଉଛି।
ରାଜ୍ୟର ୧୦ଟି ଜିଲାରେ ଅନାବୃଷ୍ଟି ପରିସ୍ଥିତି ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନବରଙ୍ଗପୁର ଜିଲାରେ ଜୁନ୍‌ ପହିଲାରୁ ଅଗଷ୍ଟ୧୨ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୪୨ ପ୍ରତିଶତ କମ୍‌ ବର୍ଷା
ହୋଇଥିବା ବେଳେ କେନ୍ଦ୍ରାପଡ଼ା ୩୫, ଗଞ୍ଜାମ ୩୫, କଳାହାଣ୍ଡି ୩୧, ପୁରୀ ୨୮, ଯାଜପୁର ୨୬, ରାୟଗଡ଼ା ୨୨, ଜଗତ୍‌ସିଂହପୁର ୨୪, କଟକ ୨୨ ଏବଂ ଖୋର୍ଦ୍ଧା ଜିଲାରେ ସ୍ବାଭାବିକଠାରୁ ୨୪ ପ୍ରତିଶତ କମ୍‌ ବର୍ଷା ହୋଇଛି। ନବରଙ୍ଗପୁର ବ୍ଲକର ପାପଡ଼ାହାଣ୍ଡି, ଚନ୍ଦାହାଣ୍ଡି, ଉମରକୋଟ, ଡାବୁଗାଁ , ତେନ୍ତୁଳୁଖୁଣ୍ଟି ବ୍ଲକ ସର୍ବାଧିକ ପ୍ରଭାବିତ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ଗରଦପୁର, ମହାକାଳପଡ଼ା, ମାର୍ଶାଘାଇ ଏବଂ ଗଞ୍ଜାମ ଜିଲାର ୧୦ରୁ ୧୫ଟି ବ୍ଲକରେ ବର୍ଷାଭାବରୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଗୋଟିଏ ପଟେ ବର୍ଷା ଦାଉ ସାଜିଥିବା ବେଳେ ଉକ୍ତ ଜିଲାଗୁଡ଼ିକରେ ଜଳସେଚନ ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦରେ ୪୨.୨ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ା ୨୮.୪, ବାରିପଦା ୧୦.୬, କେନ୍ଦୁଝର ୨୩.୨, ନୟାଗଡ଼ ୩୭.୪, ଦେବଗଡ଼ ୨୫.୮, ଜଗତ୍‌ସିଂହପୁର ୨୮.୩ ଏବଂ ସୁନ୍ଦରଗଡ଼ରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ , ଅନୁଗୋଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର , ଭଦକ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡିକ ପାଇଁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?