କରୋନା ପରିଚାଳନାରେ ବିଫଳତା ହେତୁ ଚାଇନାରେ ପରିସ୍ଥିତି ବିସ୍ଫୋରକ: ଡବ୍ଲୁଏଚଓ

ବେଜିଂ,୧୬ ।୧୨: ଚାଇନାରେ ବ୍ୟାପୁଥିବା କରୋନା ମହାମାରୀକୁ ନେଇ ଏବେବି ସେଠାରେ ଆଶାନ୍ତ ପରିସ୍ଥିତି ଲାଗି ରହିଛି । ସରକାରଙ୍କ ଜିରୋ କୋଭିଡ ନୀତିକୁ ନେଇ ଏବେବି ପ୍ରଶ୍ନ ଉଠୁଛି । ତେବେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଟେଡ୍ରୋସ୍ ଆଡାନୋମ ଘେବ୍ରେୟସସ କହିଛନ୍ତି, ପ୍ରଦର୍ଶନ ନାଁରେ ଚାଇନା ଚତୁରତାର ସହ ଜିରୋ କୋଭିଡ ନୀତି ପରିତ୍ୟାଗ କରିଛି । କାରଣ ବାସ୍ତବରେ ଏହାର ନୀତି ପ୍ରଭାବଶାଳୀ ନୁହେଁ । ଏହାସହ ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଛି ।
ଘେବ୍ରେୟସସ କହିଛନ୍ତି, ବର୍ତ୍ତମାନ ସମଗ୍ର ବିଶ୍ୱ ବିଶ୍ୱାସ କରୁଛି ଯେ ଚାଇନାରେ ଜିରୋ କୋଭିଡ ନୀତିକୁ ଉଠାଇ ଦେବା ପରେ ସଂକ୍ରମଣ ପରିସ୍ଥିତି ବିସ୍ଫୋରକ ହୋଇଛି । ପ୍ରକୃତ କଥା ହେଉଛି ଚାଇନାରେ କୋଭିଡ ମ୍ୟାନେଜମେଣ୍ଟର ସମସ୍ତ ଉଦ୍ୟମ ବିଫଳ ହୋଇଛି । ଜିରୋ କୋଭିଡ ନୀତି ନାଁରେ ଲୋକଙ୍କୁ ନିର୍ଯ୍ୟାତନା ଦିଆଯାଉଥିଲା । କୋଭିଡ ସଂକ୍ରମଣର ଆକଳନ ନ କରିବା ପାଇଁ ଘେବ୍ରେୟସସ ଚାଇନା ଉପରେ ଚାପ ପକାଇଥିଲେ । ସେ କହିଥିଲେ ସଂକ୍ରମଣର କାରଣ ବୁଝିବା ପାଇଁ ଏହି ଆକଳନ ଗୁଡିକର ଆବଶ୍ୟକତା ରହିଛି । ତେବେ କରୋନା ଭାଇରସର ଉତ୍ପତି ସହ ଜଡିତ ତଦନ୍ତରେ ଚାଇନା ସହଯୋଗ କରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri