ସ୍ଥିତିରେ ହେଉନି ପରିବର୍ତ୍ତନ: ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର କରୋନାରେ ୩,୫୧୧ ଜଣଙ୍କ ମୃତ୍ୟୁ ଘଟିଥିଲା, ସେହିପରି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୪୨୭ ଥିଲା। ତେବେ ଏହା ବୁଧବାର ପୁଣି ବଢ଼ି ୨ ଲକ୍ଷ ୮ ହଜାର ୯୨୧ରେ ପହଞ୍ଚିଥିଲା। ସେହିପରି ମୃତକଙ୍କ ସଂଖ୍ୟା ୪,୧୫୭ ଛୁଇଁଥିଲା। ଗୁରୁବାର ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୧ ହଜାର ୨୯୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୮୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ମୃତକଙ୍କପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ସ୍ଥିତିରେ ଆଶା ଜନକ ପରିବର୍ତ୍ତନ ହେଉ ନ ଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୨୦ କୋଟି ୨୬ ଲକ୍ଷ ୯୫ ହଜାର ୮୭୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୩ କୋଟି ୬୯ ଲକ୍ଷ ୬୯ ହଜାର ୩୫୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri