ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ: ଦିନକରେ ୭୫ କରୋନା ପଜିଟିଭ, ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ରାଜଧାନୀ ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଲୋକାଲ କେସ୍‌ ସଂଖ୍ୟା ବଢ଼ୁଛି। ଭୁବନେଶ୍ୱରରୁ ସୋମବାର ଆଉ ୭୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।