Posted inଜାତୀୟ

‘ହରିୟାଣାରେ ସ୍ଥିତି ଭୟାବହ’

ନୂଆଦିଲ୍ଲୀ,୧।୮: ହରିୟାଣାର ନୁହ ଜିଲାରେ ଧାର୍ମିକ ହିଂସା ପରେ ଏହି ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହି ଅଞ୍ଚଳରେ ପୋଲିସ ଫୋର୍ସ ତଥା ପାରାମିଲିଟାରୀ ଫୋର୍ସ ମୁତୟନ କରାଯାଇଛି। ଇଣ୍ଟରନେଟ ବନ୍ଦ କରି କର୍ଫ୍ୟୁ ଲାଗୁ କରାଯାଇଛି। ଏଥି ସହ ବିରୋଧୀ ଦଳ ହିଂସା ସମ୍ପର୍କରେ ଭାଜପା ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଣିପୁର ଭଳି ପରିସ୍ଥିତି ଉପୁଜିବା ପୂର୍ବରୁ ହରିୟାଣା ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛି।
କଂଗ୍ରେସ ନେତା ଅଭିଷେକ ମନୁ ସିଂଘବି ଟୁଇଟ୍‌ କରି କହିଛନ୍ତି ଯେ, ହରିୟାଣାର ଅବସ୍ଥା ଭୟଙ୍କର। ମେୱତରୁ ଫରିଦାବାଦ ପର୍ଯ୍ୟନ୍ତ ହିଂସା ବ୍ୟାପିଛି। ପ୍ରଧାନମନ୍ତ୍ରୀ ଏହି ବିଷୟରେ ସମ୍ପୂର୍ଣ୍ଣ ହସ୍ତକ୍ଷେପ କରିବା ଉଚିତ କାରଣ ଦୁଇଟି ମଣିପୁର ଏକାସାଙ୍ଗରେ ରହିପାରିବେ ନାହିଁ।
ଏହି ହିଂସାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡା ରାଜ୍ୟରେ ଭାଜପା-ଜେଜେପି ସରକାର ଉପରେ ଆକ୍ରମଣ କରିଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ବଜାୟ ରଖିବାରେ ଭାଜପା-ଜେଜେପି ସମ୍ପୂର୍ଣ୍ଣ ବିଫଳ ହୋଇଛି। ନୁହରେ ହୋଇଥିବା ହିଂସା ହେଉଛି ସରକାରଙ୍କ ବିଫଳତାର ଫଳାଫଳ। ସରକାର ନିଜର ଦାୟିତ୍ୱ ବୁଝିବା ସହ ଶାନ୍ତି ବଜାୟ ରଖିବା ପାଇଁ ସମ୍ବେଦନଶୀଳତା ସହିତ ସମ୍ଭବ ସମସ୍ତ କାର୍ଯ୍ୟ କରିବା ଉଚିତ୍‌।
ସୂଚନାଯୋଗ୍ୟ, ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?