ପୁରୁଷୋତ୍ତମପୁର ତହସିଲରେ ଅବ୍ୟବସ୍ଥା, ମୌଳିକ ସେବା ଯୋଗାଇବାକୁ ଦାବି କଲା ଭାଜପା

ପୁରୁଷୋତ୍ତମପୁର,୧୮ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଲାଗି ରହିଥିବା ବ୍ୟାପକ ଅବ୍ୟବସ୍ଥାକୁ ନେଇ ଗୁରୁବାର ଶାସକ ଭାରତୀୟ ଜନତା ପାର୍ଟି ସ୍ବର ଉତ୍ତୋଳନ କରିଛନ୍ତି। ଲୋକମାନେ ତହସିଲରେ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଭାଜପାର ପ୍ରତିନିଧିମାନେ ତହସିଲ କାର୍ଯ୍ୟାଳୟକୁ ଆସିଥିବା ବେଳେ ତହସିଲଦାରଙ୍କ ସମେତ ବହୁ କର୍ମଚାରୀ ଅନୁପସ୍ଥିତ ଥିବାର ଦେଖି କ୍ଷୋଭ ପ୍ରକାଶ କରିଥିଲେ। ସେମାନେ ଅଭିଯୋଗ କରିଛନ୍ତି ଯେ, ଜନସାଧାରଣ ଓ ଛାତ୍ରୀଛାତ୍ରଙ୍କୁ ବାସିନ୍ଦା, ଜାତିଗତ ଓ ଆୟ ପ୍ରମାଣପତ୍ର ସାଙ୍ଗକୁ ଜମିଜମା, ଘରବାଡ଼ି ଓ ଗ୍ରାମକଣ୍ଠ ପଟ୍ଟା ଆଦି ମୌଳିକ ସୁବିଧା ଠିକ୍‌ ସମୟରେ ମିଳୁ ନ ଥିବାରୁ ଲୋକେ ଦୂରଦୂରାନ୍ତରୁ ଆସି ତହସିଲ କାର୍ଯ୍ୟାଳୟରେ ପଡ଼ି ରହି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ଲୋକଙ୍କ ଗୁହାରି ଶୁଣିବା ଲାଗି ତହସିଲଦାରଙ୍କ ଦେଖାମିଳୁନି। ଏପରିକି ତହସିଲଦାର ପ୍ରାୟତଃ କାର୍ଯ୍ୟାଳୟରେ ଅନୁପସ୍ଥିତ ରହୁଛନ୍ତି। ତହସିଲଦାରଙ୍କ ଏଭଳି ଅନୁପସ୍ଥିତିର ସୁଯୋଗ ନେଇ କର୍ମଚାରୀମାନଙ୍କର ମଧ୍ୟ କାର୍ଯ୍ୟାଳୟରେ ଦେଖା ମିଳୁ ନ ଥିବା ବେଳେ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଲୋକଙ୍କୁ କର୍ମଚାରୀମାନେ ଅସଦ୍‌ ବ୍ୟବହାର ପ୍ରଦର୍ଶନ କରୁଥିବା ନେଇ ଭାଜପା କର୍ମୀମାନେ ଅଭିଯୋଗ କରିଛନ୍ତି। ଦୀର୍ଘଦିନଧରି ଏଠାରେ ଖାଲିପଡ଼ିଥିବା ଅତିରିକ୍ତ ତହସିଲଦାର ପଦବୀ ପୂରଣ କରିବା ସହ ପୂର୍ବ ସରକାର ସମୟରେ ଚାଲିଥିବା ମନମୁଖୀ କାର୍ଯ୍ୟର ଢାଞ୍ଚାକୁ ବଦଳାଇ ତହସିଲଦାର ଓ କର୍ମଚାରୀମାନେ ଠିକ୍‌ ସମୟରେ କାର୍ଯ୍ୟାଳୟକୁ ଆସି ଲୋକଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ସହ ସେମାନଙ୍କୁ ମୌଳିକ ସେବା ଯୋଗାଇ ଦେବା ଲାଗି ଜିଲାପାଳ ତୁରନ୍ତ ପଦକ୍ଷେପ ନେବା ଲାଗି ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ କାର୍ଯ୍ୟାଳୟରେ ଚାବି ପକାଇ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri