ସ୍ଥିତି ସଙ୍କଟ ଜନକ, ସକ୍ରିୟ ମାମଲା ଦେଢ଼ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୨୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୦ ହଜାର ୫୫୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୪୫ ହଜାର ୬୫୪ ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଦେଢ଼ ଲକ୍ଷ ଛୁଇଁବାର ଆଶଙ୍କା ରହିଛି।

ସେହିପରି ୨୪ ଘଣ୍ଟାରେ ୧୮ ହଜାର ୫୧୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୨୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୮ ଲକ୍ଷ ୩ ହଜାର ୬୧୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୧ ଲକ୍ଷ ୩୨ ହଜାର ୧୪୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଦି ୭ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଓଡ଼ିଶା,କେରଳ, କର୍ନାଟକ ଏବଂ ପଞ୍ଜାବ ଆଦି ରାଜ୍ୟରେ ଦୈନିକ ସଂକ୍ରମଣ ହଜାରେ ଉପରେ ରହୁଥିବାବେଳେ ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ଏହା ଦୁଇ ହଜାର ଉପରେ ରହିଛି।

 

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୨୭୯ଜଣ, ପଶ୍ଚିମବଙ୍ଗରେ ୨,୨୪୩, ତାମିଲନାଡୁରେ ୨,୧୪୨ ଜଣ, ପଞ୍ଜାବରେ ୧,୯୪୧ ଜଣ କେରଳରେ ୧,୮୫୭ ଜଣ, କର୍ନାଟକରେ ୧,୧୫୧ ଜଣ, ଓଡ଼ିଶାରେ ୧,୧୨୨ ଜଣ, ଗୁଜରାଟରେ ୭୮୭, ଆସାମରେ ୭୫୫ ଜଣ, ତେଲେଙ୍ଗାନାରେ ୬୫୮, ହିମାଚଳପ୍ରଦେଶରେ ୬୧୬ ଜଣ, ଛତିଶଗଡ଼ରେ ୫୯୫ ଜଣ, ଦିଲ୍ଲୀରେ ୫୮୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୪୮୦ ଜଣ, ଆନ୍ଧ୍ରପ୍ରଦେଶରେ ୪୬୫ ଜଣ, ଉତ୍ତରପ୍ରଦେଶରେ ୩୮୭ ଜଣ, ତ୍ରିପୁରାରେ ୩୬୫ ଜଣ, ଜମ୍ମୁ-କଶ୍ମୀରରେ ୩୩୩ ଜଣ, ବିହାରରେ ୩୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ଝାଡ଼ଖଣ୍ଡରେ ୧୯୩ ଜଣ, ରାଜସ୍ଥାନରେ ୧୮୦ ଜଣ, ସିକିମ୍‌ରେ ୧୭୬ ଜଣ , ମଧ୍ୟପ୍ରଦେଶରେ ୧୫୯ ଜଣ, ଉତ୍ତରାଖଣ୍ଡରେ ୧୪୮ ଜଣ, ମିଜୋରାମରେ ୧୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୦ କୋଟି ୬୧ ଲକ୍ଷ ୨୪ ହଜାର ୬୮୪ରେ ପହଞ୍ଚିଛି । ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ ୨୬ ଲକ୍ଷ ୪ ହଜାର ୭୯୭ ଟିକା ପ୍ରଦାନ କରାଯାଇଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri