ସ୍ଥିତି ସଙ୍କଟ ଜନକ, ମୃତ୍ୟୁ ସଂଖ୍ୟା ବଢ଼ାଉଛି ଚିନ୍ତା …

ନୂଆଦିଲ୍ଲୀ, ୧୮।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୧୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ କାଲି ତୁଳନାରେ ଦୈନିକ ସଂକ୍ରମଣ ୨୦ ହଜାର ୭୧ କମ୍‌ ରହିଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୧ ଲକ୍ଷ ୫୭ ହଜାର ୪୨୧ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୪.୨୭ ପ୍ରତିଶତରେ ପହଞ୍ଚିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧୭ ଲକ୍ଷ ୩୬ ହଜାର ୬୨୮ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୪.୪୩ ପ୍ରତିଶତ ରହିଛି। ସାପ୍ତାହିକ ସଂକ୍ରମଣ ହାର ୧୪.୪୧ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୬ ହଜାର ୭୬୧ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୩ କୋଟି ୭୬ ଲକ୍ଷ ୧୮ ହଜାର ୨୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ୧୫୮ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ କରାଯାଇଛି। ସେଥିମଧ୍ୟରେ ୮୭ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେେଳେ ୬୬ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri