ସ୍ଥିତି ସଙ୍କଟ ଜନକ, ବଢୁଛି ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୬ ହଜାର ୧୦୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୧ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୧୧ ହଜାର ୭୧୧ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୯୨୯ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୧୯୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୫ ଲକ୍ଷ ୨ ହଜାର ୪୨୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୮ ଲକ୍ଷ ୬୫ ହଜାର ୫୧୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୯୭୧ଜଣ, କେରଳରେ ୩,୫୯୯ ଜଣ, ଦିଲ୍ଲୀରେ ୬୭୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୫୩୩ ଜଣ, ହରିୟାଣାରେ ୪୧୨ ଜଣ, କର୍ନାଟକରେ ୯୭୫ ଜଣ, ପଶ୍ଚିମବଙ୍ଗରେ ୧,୪୯୯, ଉତ୍ତରପ୍ରଦେଶରେ ୩୭୨ ଜଣ, ତେଲେଙ୍ଗାନାରେ ୫୧୬, ଗୁଜରାଟରେ ୫୮୦, ଗୋଆରେ ୧୫୩ ଜଣ, ରାଜସ୍ଥାନରେ ୧୩୩ ଜଣ, ବିହାରରେ ୨୨୬ ଜଣ, ଛତିଶଗଡ଼ରେ ୧୬୧, ପଞ୍ଜାବରେ ୧୩୦ ଜଣ, ଆନ୍ଧ୍ରପ୍ରଦେଶରେ ୧୬୦ ଜଣ, ଓଡ଼ିଶାରେ ୩୪୬ ଜଣ, ମଧ୍ୟପ୍ରଦେଶରେ ୧୦୭ ଜଣ, ଆସାମରେ ୧୧୦ ଜଣ,ହିମାଚଳପ୍ରଦେଶରେ ୧୧୦ ଜଣ, ପୁଡୁଚେରୀରେ ୧୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୮ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?